Masthead

ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ଛାତ୍ରଛାତ୍ରୀଙ୍କୁ ମାର୍କସିଟ ଦିଅ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ଛାତ୍ରଛାତ୍ରୀଙ୍କୁ ସ୍ନାତକ ଶେଷ ସେମିଷ୍ଟାର ମାର୍କସିଟ ଶୀଘ୍ର ଦେବାକୁ ଅନୁରୋଧ କରିଛନ୍ତି । ଫାଇନାଲ କିମ୍ବା ପ୍ରୋଭିଜିନାଲ ମାର୍କସିଟ ପ୍ରଦାନ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି ଧର୍ମେନ୍ଦ୍ର । ଏହାସହ ପରୀକ୍ଷାର୍ଥୀଙ୍କ ସମସ୍ୟା ସଂପର୍କରେ ମଧ୍ୟ ଅବଗତ କରାଇଛନ୍ତି ।ଓଡ଼ିଶାରେ ସ୍ନାତକ(ୟୁଜି) ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ କଲ୍ୟାଣ ଏବଂ କ୍ୟାରିୟରକୁ ଦୃଷ୍ଟିରେ ରଖି ସ୍ନାତକ ଶେଷ ସେମିଷ୍ଟାରର ପରୀକ୍ଷାର ଫାଇନାଲ ମାର୍କସିଟ୍ କିମ୍ବା ପ୍ରୋଭିଜିନାଲ ମାର୍କସିଟ୍ ଶୀଘ୍ର ପ୍ରଦାନ କରିବା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଅଗଷ୍ଟ ମାସର ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ଛାତ୍ରଛାତ୍ରୀମାନେ ଅନଲାଇନ୍ ମାଧ୍ୟମରେ ୟୁଜି ଷଷ୍ଠ ସେମିଷ୍ଟାର ପରୀକ୍ଷା ଦେଇଥିଲେ। ଏହାର ଫଳାଫଳ ପ୍ରକାଶ ପାଇନଥିବାରୁ ଛାତ୍ରଛାତ୍ରୀମାନେ କଲେଜ ଏବଂ ଓଡ଼ିଶା ଶିକ୍ଷା ବିଭାଗର ଅଧିକାରୀଙ୍କୁ ଏ ନେଇ ଦୃଷ୍ଟି ଆକର୍ଷଣ କରିଥିଲେ।

ଏହା ପରେ ବି ଏପର୍ୟ୍ୟନ୍ତ ସେମାନଙ୍କୁ ପ୍ରୋଭିଜିନାଲ ମାର୍କସିଟ୍ ଦିଆଯାଇନାହିଁ। ଅନେକ ବିଶ୍ୱବିଦ୍ୟାଳୟରେ ନାମ ଲେଖା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ପରୀକ୍ଷାର୍ଥୀମାନେ ଆଶା ଆଶଙ୍କାରେ ରହିଛନ୍ତି। ପୂର୍ବରୁ ପ୍ରୋଭିଜିନାଲ ମାର୍କସିଟ୍ ମଧ୍ୟ ନ ମିଳିବା କାରଣରୁ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ଉପରେ ଏହାର ପ୍ରଭାବ ପଡ଼ିବାର ଆଶଙ୍କା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?