Masthead

୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ଆଦିବାସୀ ସଙ୍ଗଠନ ପକ୍ଷରୁ ୧୨ ଘଂଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି । ଯାହାର ପ୍ରଭାବ ଉଦଳାରେ ମଧ୍ୟ ଦେଖିବାକୁ ମିଳିଛି । ଉଦଳା ବ୍ଲକ ଅଧିନ ଶିରିପୁର ଠାରେ ଜୁନରେ ପଡିଆର ଉନ୍ନତିକରଣ କାମ କରିବାକୁ ଯାଇ କିଛି ଠିକାଦାର ଆଦିବାସୀଙ୍କ ଜାହିରାକୁ ଭାଙ୍ଗି ଦେଇଥିବାର ଅଭିଯୋଗ ଆସିଥିଲା ।

ଯାହାକୁ ନେଇ ଆଦିବାସୀ ଗ୍ରାମବାସୀମାନେ ଜାହିରା ସ୍ଥାପନ ଏବଂ ଜାହିରା ଭାଙ୍ଗିଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦାବିରେ ବାରମ୍ବାର ସ୍ଥାନୀୟ ପ୍ରଶାସନ ଠାରୁ ଆରମ୍ଭ କରି ଉଦଳା ପୋଲିସକୁ ମଧ୍ୟ ଅବଗତ କରାଇଥିଲେ । ହେଲେ କୌଣସି ସୁଫଳ ନ ମିଳିବାରୁ ଆଜି ଆଦିବାସୀ ସଙ୍ଗଠନ ପକ୍ଷରୁ ୧୨ ଘଂଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି ।

ଆଦିବାସୀ ସଙ୍ଗଠନର ସଦସ୍ୟମାନେ ଦୋକାନ ବଜାର ବନ୍ଦ କରିବା ସହିତ ଯାନବାହନ ଚଳାଚଳକୁ ବନ୍ଦ କରିଛନ୍ତି । ଆଜି ସକାଳ ସମୟରେ ଆଦିବାସୀ ସଙ୍ଗଠନର ସଦସ୍ୟମାନେ ଉଦଳାରେ ବିଭିନ୍ନ ଦୋକାନ ବଜାର ବନ୍ଦ କରିଥିଲୋ ତାସହିତ ଗାଡି ମଟର ଚଳାଚଳ ମଧ୍ୟ ବନ୍ଦ କରିଥିଲେ । କେବଳ ଦୁଇ ଚକିଆ ଯାନକୁ ଛାଡି ଦେଇ ବାକି ସବୁ ଯାନବାହନ ଚଳାଚଳ ବନ୍ଦ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ