Masthead

ଜୀବନ ଯୁଦ୍ଧରେ ହାରିଗଲେ ମହାରଥୀ

ମହାରଥୀଙ୍କ ଦେହାନ୍ତ ନେଇ ସାଂସଦ ଅନୁଭବଙ୍କ ଟୁଇଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ଆଉ ନାହାନ୍ତି। ବେଶ କିଛିଦିନ ଧରି ଅସୁସ୍ଥ ରହି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ଦେହାନ୍ତକୁ ନେଇ ଟୁଇଟ ମାଧ୍ୟମରେ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରାପଡ଼ା ଲୋକସଭା ସାଂସଦ ଅନୁଭବ ମହାନ୍ତି । ସେ ଟୁଇଟରେ ଲେଖିଛନ୍ତି ଯେ, ତାଙ୍କ ଭଳି ଜଣେ ପୁରୁଖା ନେତାଙ୍କ ବିୟୋଗକୁ ସେ ବିଶ୍ୱାସ କରିପାରୁ ନାହାନ୍ତି । ସେ ତାଙ୍କ ଆତ୍ମାର ସଦଗତି କାମନା କରିବା ସହ ପରିବାର ବର୍ଗଙ୍କୁ ସବବେଦନା ଜଣାଇଛନ୍ତି ।

୬୫ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶନିବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ହୋଇଛି। କିଛିଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଘରକୁ ଫେରିଥିଲେ ମହାରଥୀ। ତେବେ ପରବର୍ତ୍ତୀ ସମୟରେ ପୁନର୍ବାର ଅସୁସ୍ଥ ହେବାରୁ ତାଙ୍କୁ ସମ୍ ଅଲଟିମେଟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କର ଅକ୍ସିଜେନ ସ୍ତର ୮୦ ପ୍ରତିଶତ ପାଖକୁ ଖସିଆସିଥିଲା। ଏଥିସହ ତାଙ୍କର ୟୁରିନ ସଂକ୍ରମଣ ମଧ୍ୟ ହୋଇଥିଲା।

ନିମୋନିଆରେ ମଧ୍ୟ ଆକ୍ରାନ୍ତ ହୋଇଥିଲେ। ଗତ ଦୁଇ ତିନିଦିନ ହେଲା ତାଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇଥିଲା। ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପରିବାର ସହ କଥା ହେବା ପରେ କିଛି ସମୟ ପୂର୍ବରୁ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ସ୍ଥାନାନ୍ତର କରିବାକୁ ଯୋଜନା କରାଯାଇଥିଲା। ତେବେ ତା ପୂର୍ବରୁ ମହାରଥୀଙ୍କ ମୃତ୍ୟୁ ହୋଇସାରିଥିବା ସୂଚନା ମିଳିଛି। ମହାରଥୀ ୧୯୫୫ ଜୁଲାଇ ୪ରେ ପୁରୀ ଜିଲ୍ଲା ପିପିଲି ବ୍ଲକ କଣ୍ଟି ପଞ୍ଚାୟତ ଅନ୍ତର୍ଗତ ପାଣିଦୋଳ ଗ୍ରାମରେ ଜନ୍ମ ଗ୍ରହଣ କରିଥଲେ।

ଛାତ୍ରନେତା ଭାବରେ ସେ ତାଙ୍କ ରାଜନୈତିକ ଜୀବନ ଆରମ୍ଭ କରିଥିଲେ। ପୁରୀ ସାମନ୍ତ ଚନ୍ଦ୍ରଶେଖର (ଏସସିଏସ୍) କଲେଜ ଛାତ୍ରସଂସଦ ସଭାପତି ଭାବେ ସେ ନିର୍ବାଚିତ ହୋଇଥିଲେ। ପ୍ରଥମଥର ୧୯୮୫ରେ ପିପିଲି ନିର୍ବାଚନମଣ୍ଡଳୀରୁ ଜନତା ପାର୍ଟି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ସେ ଜନତା ଦଳରେ ଯୋଗଦେଇ ୧୯୯୦ରେ ସେହି ନିର୍ବାଚନମଣ୍ଡଳୀରୁ ବିଧାୟକ ହୋଇଥିଲେ। ୨୦୦୦ ମସିହାରୁ ଲଗାତର ୫ ଥର ସେହି ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରିଆସୁଥିଲେ। ଏହିପରି ମୋଟ ୭ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ମହାରଥୀ। ନବୀନ ପଟ୍ଟୟାୟକ ମନ୍ତ୍ରିମଣ୍ଡଳରେ ପଞ୍ଚାୟତିରାଜ, ପାନୀୟ ଜଳ ଯୋଗାଣ, କୃଷି ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଭାବେ ସେ ଦାୟିତ୍ୱ ତୁଲାଇଥିଲେ। ସେ ଜଣେ ସଫଳ ଚାଷୀ ମଧ୍ୟ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ