Masthead

ବାଦଲ ଫଟା ବର୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶର ଅଧାରୁ ଅଧିକ ରାଜ୍ୟରେ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି । ମହାରାଷ୍ଟ୍ରର ୭୫୦ ଗାଁ ବନ୍ୟା ଜଳରେ ବୁଢିରହିଛି । ବନ୍ୟା ସ୍ରୋତରେ ୫୦୦ରୁ ଅଧିକ ଗାଈ ଭାସିଯାଇଛନ୍ତି । ଉତ୍ତରପ୍ରଦେଶର ୧୧ ଟି ଡ୍ୟାମର ଜଳସ୍ତର ଉଛୁଳୁଛି । ମହାରାଷ୍ଟ୍ର, ଉତ୍ତରପ୍ରଦେଶ ଓ ଗୁଜୁରାଟରେ ବନ୍ୟା ପରିସ୍ଥିତି ଉଦବେଗଜନକ । ରଙ୍ଗାବାଦ-ଧୂଲେ ରାଜପଥରେ ଭୂସ୍ଖଳନ ଯୋଗୁଁ ଯାନବାହାନ ଚଳାଚଳ ଗୁରୁତର ବାଧାପ୍ରପ୍ତ ହୋଇଛି । ଉତ୍ତରପ୍ରଦେଶର ଗୋରଖପୁର ଜିଲ୍ଲାର ଅନେକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିଛି ।

୨୩ ବର୍ଷ ପୂର୍ବେ ଏଭଳି ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଦିଲ୍ଲୀରେ ବର୍ଷା ୧୨ ବର୍ଷର ରେକର୍ଡ ଭାଙ୍ଗିଛି । ତଳିଆ ଅଞ୍ଚଳରେ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି । ମଧ୍ୟପ୍ରଦେଶ ସ୍ଥିତି ମଧ୍ୟ ଅସମ୍ଭାଳ । ନେମୁଚ, ଭୋପାଳ, ଟିକାମୁଗଡ ସମେତ ୧୬ ରୁ ଅଧିକ ଜିଲ୍ଲା ଗୁରୁତର ପ୍ରଭାବିତ ହୋଇଛି । ଗୁଜୁରାଟରେ ଗତ ୧୦ ଘଣ୍ଟା ମଧ୍ୟରେ ୧୧ ଇଞ୍ଚ ବର୍ଷା ହୋଇଛି । ଗଙ୍ଗା ନଦୀରେ ବନ୍ୟା ଆସିବା ଯୋଗୁଁ ବିହାରରେ ୨୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ