Masthead

ଆସୁଛି ଦୁଇଟି ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଦୁଇଟି ଲଘୁଚାପ । ୬ ଓ ୧୧ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ରାଜ୍ୟରେ ଅଗଷ୍ଟର ନିଅଣ୍ଟିଆ ବର୍ଷା କିଛି ମାତ୍ରାରେ ଭରଣା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆଶାବାଦୀ ଅଛନ୍ତି।

କିନ୍ତୁ ଏହି ବର୍ଷା ରାଜ୍ୟରେ ଚାଷ କାର୍ଯ୍ୟ ପାଇଁ ବିଶେଷ ଉପଯୋଗୀ ହେବ ନାହିଁ ବୋଲି ଆଇଏମ୍‌ଡି କହିଛି। ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଅନ୍ୟ କେତେକ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ସହ ହାଲକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର