Masthead

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ପିପିଲି ବିଧାକୟ ପ୍ରଦୀପ ମହାରଥୀଙ୍କ ଅକାଳ ବିୟୋଗରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି ଯେ ଲୋକଙ୍କ ନେତା ଥିଲେ ମହାରଥୀ । ସେ ଦୀର୍ଘଦିନ ଧରି ବିଜୁବାବୁଙ୍କ ଘନିଷ୍ଠ ସହଯୋଗୀ ଥିଲେ । ସେ ବିଜେଡିର ଜଣେ ଟାଣୁଆ ନେତା ଓ ଦକ୍ଷ ସଂଗଠକ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇବା ସହ ପିପିଲି ନିର୍ବାଚନମଣ୍ଡଳୀର ଜନସାଧାରଣାଙ୍କୁ ମଧ୍ୟ ସାନ୍ତ୍ୱନା ଦେଇଛନ୍ତି । ବିଧାୟକ ମହାରଥୀଙ୍କ ବିୟୋଗରେ ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ,ବିରୋଧୀଦଳ ନେତାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ