Masthead

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ପିପିଲି ବିଧାକୟ ପ୍ରଦୀପ ମହାରଥୀଙ୍କ ଅକାଳ ବିୟୋଗରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି ଯେ ଲୋକଙ୍କ ନେତା ଥିଲେ ମହାରଥୀ । ସେ ଦୀର୍ଘଦିନ ଧରି ବିଜୁବାବୁଙ୍କ ଘନିଷ୍ଠ ସହଯୋଗୀ ଥିଲେ । ସେ ବିଜେଡିର ଜଣେ ଟାଣୁଆ ନେତା ଓ ଦକ୍ଷ ସଂଗଠକ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇବା ସହ ପିପିଲି ନିର୍ବାଚନମଣ୍ଡଳୀର ଜନସାଧାରଣାଙ୍କୁ ମଧ୍ୟ ସାନ୍ତ୍ୱନା ଦେଇଛନ୍ତି । ବିଧାୟକ ମହାରଥୀଙ୍କ ବିୟୋଗରେ ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ,ବିରୋଧୀଦଳ ନେତାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ ଦିବଂଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା