Masthead

କବାଡ଼ିଆକୁ ବିକି ଦେଲେ ସିଟି ବସ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କବାଡ଼ିଆକୁ ବିକି ଦେଲେ ୧୨୧ ସିଟି ବସ୍ । କିଛି ଦିନ ତଳେ ମୋ ସାଇକେଲ କବାଡିଖାନାରେ ବିକ୍ରି ହେବା ଘଟଣା ଥମି ନଥିବାବେଳେ ଏବେ ସିଟି ବସକୁ ବିକ୍ରି କରି ଦିଆଯାଇଛି । ପ୍ରାୟ ୨୨ କୋଟି ଟଙ୍କା ବିନିମୟରେ ବସ୍ କିଣା ଯାଇଥିଲା । ଭୁବନେଶ୍ୱର ପୁରୀ ଟ୍ରାନ୍ସପୋର୍ଟ ସର୍ଭିସ ଲିମିଟେଡ୍ ଘରୋଇ ସଂସ୍ଥା ଡ୍ରିମ ଟିମ୍ ସାହା ସହ ୭ବର୍ଷିଆ ଚୁକ୍ତି କରିଥିଲା । ଆଉ ୭ ବର୍ଷ ଚାଲିବା ପରେ ଗାଡି ଗୁଡିକ ଆଉ ଗଡି ନଥିଲା ।

ବର୍ଷ ବର୍ଷ ଧରି ଖରା, ବର୍ଷାରେ ପଡି ଖତ ଖାଇବା ପରେ ଶେଷରେ କବାଡିଆକୁ ଶାଗମାଛ ଦରରେ ୧୨୧ ସିଟି ବସକୁ ବିକ୍ରି କରି ଦିଆଯାଇଛି । କୋଲକାତାର ଏକ ସ୍କ୍ରାପେଜ ସଂସ୍ଥାକୁ ଏସବୁ ବସକୁ ବିକ୍ରି କରାଯାଇଛି । ୨୦୧୦ରେ ଆରମ୍ଭ ହୋଇଥିଲା ସିଟି ବସ୍ ସେବା । ଜବାହାରଲାଲ ନେହରୁ ଜାତୀୟ ସହରାଂଚଳ ନବୀକରଣ ମିଶନ ଯୋଜନରେ ୧୨୫ଟି ବସ୍ କିଣାଯାଇଥିଲା । ଗାଡି ଗୁଡିକୁ ପୋଖରିପୁଟ ଡିପୋରେ ପକାଇ ଦେଇଥିଲେ କର୍ତ୍ତୃପକ୍ଷ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି