Masthead

ଜନ ଆର୍ଶିବାଦ ଯାତ୍ରାର ମତାମତ ଖୋଜୁଛି ବିଜେପି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସାରା ଦେଶରେ ଜନ ଆର୍ଶିବାଦ ଯାତ୍ରା ଆରମ୍ଭ କରିଛି ବିଜେପି । ଏହି ଯାତ୍ରାରେ ଅନେକ କେନ୍ଦ୍ରୀୟ ମନ୍ତ୍ରୀ ସାମିଲ ଥିବାର ମଧ୍ୟ ଦେଖିବାକୁ ମିଳିଛି । ଏହାରି ମଧ୍ୟରେ ଭାରତୀୟ ଜନତା ପାର୍ଟି ନିଜର ଜନ ଆର୍ଶିବାଦ ଯାତ୍ରାର ଫିଡବ୍ୟାକ ଖୋଜୁଥିବାର କଥା ସାମ୍ନାକୁ ଆସିଛି । ଅପରପକ୍ଷେ ବିଜେପିର ଗଡ କୁହାଯାଇଥିବା ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡରେ ଏହାର ପ୍ରଭାବ ଅଧିକ ଦେଖାଯାଇଥିଲା । କାରଣ ଦୁଇ ରାଜ୍ୟରେ ଆସନ୍ତା ଛଅମାସ ମଧ୍ୟରେ ବିଧାନସଭା ନିର୍ବାଚନ ଆରମ୍ଭ ହେବାକୁ ଯାଉଛି ।

ଅନ୍ୟପଟେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀକୁ ପରିବର୍ତ୍ତନ କରି ସମସ୍ତଙ୍କର ଦୃଷ୍ଟିକୁ ଆକର୍ଷଣ କରିଛି ଭାରତୀୟ ଜନତା ପାର୍ଟି । ଏହାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ଠାରୁ ଆରମ୍ଭ କରି ରାଜଧାନୀ ଦିଲ୍ଲୀ ପର୍ଯ୍ୟନ୍ତ ବିଜେପି ଅନେକ ରାଜନୈତିକ ବୈଠକ କରୁଥିବାର ଦେଖିବାକୁ ମିଳିଛି । ତେବେ କରୋନାର ଦ୍ୱିତୀୟ ଲହର ଓ ପ୍ରଧାନମନ୍ତ୍ରୀଙ୍କର ଦ୍ୱିତୀୟ କାର୍ଯ୍ୟକାଳର ଦୁଇ ବର୍ଷ ପରେ ବିଜେପିର ଜନଆର୍ଶିବାଦ ଯାତ୍ରା ଦଳକୁ ରାଜନୈତିକ କ୍ଷେତ୍ରରେ ଶକ୍ତିଶାଳୀ କରିବାରେ ଏହା ହେଉଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଅଟେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା