Masthead

ଆସୁଛି ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଦୁଇଟି ଲଘୁଚାପ । ୬ ଓ ୧୧ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ସେପ୍ଟେମ୍ବର ଆରମ୍ଭରୁ ହିଁ ଚଳିତ ମାସରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ଆକଳନ କରାଯାଉଛି। ମାସର ପ୍ରଥମ ୩ ସପ୍ତାହ ରାଜ୍ୟରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ।

ରାଜ୍ୟରେ ଅଗଷ୍ଟର ନିଅଣ୍ଟିଆ ବର୍ଷା କିଛି ମାତ୍ରାରେ ଭରଣା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆଶାବାଦୀ ଅଛନ୍ତି।କିନ୍ତୁ ଏହି ବର୍ଷା ରାଜ୍ୟରେ ଚାଷ କାର୍ଯ୍ୟ ପାଇଁ ବିଶେଷ ଉପଯୋଗୀ ହେବ ନାହିଁ ବୋଲି ଆଇଏମ୍‌ଡି କହିଛି। ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଅନ୍ୟ କେତେକ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ସହ ହାଲକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ