Masthead

ଲୁହରେ ଭିଜିଲା ବିଧାନସଭା

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ବିଜେଡିର ପିପିଲି ବିଧାୟକ,ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ରାଜ୍ୟବ୍ୟାପୀ ଶୋକର ଛାୟା ଖେଳିଯାଇଛି । ଆଜି ବିଧାନସଭା ଆରମ୍ଭ ହେବା କ୍ଷଣି ବିଜେଡି ବିଧାୟକ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଏହାକୁ ସମର୍ଥନ କରିଥିଲେ ବିରୋଧୀ ଦଳନେତା ଓ କଂଗ୍ରେସ ବିଧାୟକମାନେ । ଗୃହରେ ଶାସକ ଓ ବିରୋଧୀ ବିଧାୟକମାନେ ସ୍ୱର୍ଗତ ମହାରଥୀଙ୍କ ଗୁଣଗାନ କରି ଭାବବିହ୍ୱଳ ହୋଇପଡିଥିଲେ । ଦିବଂଗତ ନେତାଙ୍କ ସ୍ମୃତିଚାରଣ କରି ଉଭୟ ଶାସକ ଓ ବିରୋଧୀ ସଭ୍ୟମାନେ ରାଜ୍ୟର ଜଣେ ଦକ୍ଷନେତାଙ୍କୁ ହରାଇଲା ବୋଲି କହିଥିଲେ । ଶୋକ ପ୍ରସ୍ତାବ ଆଲୋଚନାରେ ଭାଗ ନେଇଥିବା ବିଧାୟକମାନଙ୍କ କଣ୍ଠ ବାଷ୍ପରୁଦ୍ଧ ହୋଇଯାଇଥିବା ବେଳେ ଆଖି ଲୁହରେ ଛଳଛଳ ହୋଇଯାଇଥିଲା । ପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ଆଜି ଦିନକ ପାଇଁ ମୁଲତବି ଘୋଷଣା କରିଛନ୍ତି ।

କରୋନା ସମ୍ପର୍କରେ ଜନସଚେତନତା ସୃଷ୍ଟି ପାଇଁ ରାଜ୍ୟରେ ଚାଲିଥିବା ବିଜେଡିର ପଦଯାତ୍ରାକୁ ଆଜି ଦିନକ ପାଇଁ ମହାରଥୀଙ୍କ ସ୍ମୃତିରେ ସ୍ଥଗିତ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା