Masthead

ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁ ସଂଖ୍ୟା ୯୦୦ ପାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ମୁଣ୍ଡ ନେଲା କରୋନା । ଆଜି ୧୫ଜଣଙ୍କ ମୃତ୍ୟୁକୁ ମିଶାଇ ରାଜ୍ୟରେ ୯୦୭ରେ ପହଁଚିଛି ମୃତ୍ୟୁ ସଂଖ୍ୟା । କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧାରୁ ମୃତ୍ୟୁବରଣ କରିଥିବା ଦୁଇଜଣ ହେଲେ ଭୁବନେଶ୍ୱରର ୪୭ବର୍ଷୀୟ ମହିଳା ଓ ୬୩ ବର୍ଷୀୟ ପୁରୁଷ । ଅନ୍ୟ ଜଣେ ମୃତକ ହେଲେ ୭୪ ବର୍ଷୀୟ ପୁରୁଷ, ଯାହାଙ୍କର ଡାଇବେଟିସ ସହ ଉଚ୍ଚ ରକ୍ତଚାପ ଥିଲା । କଟକରୁ ୬୦ ବର୍ଷୀୟ ମହିଳାଙ୍କ ସମେତ ଅନ୍ୟ ଦୁଇଜଣ ୬୦ ଓ ୭୦ ବର୍ଷୀୟ ପୁରୁଷ ଅଟନ୍ତି । କେନ୍ଦ୍ରାପଡ଼ାର ୪୮ ଓ ୮୫ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କେନ୍ଦୁଝର ୬୫, ସମ୍ବଲପୁର ୭୩ ଓ କୋରାପୁଟର ୫୫ବର୍ଷୀୟା ମହିଳା ମୃତ୍ୟୁବରଣ କରିଥିବା ବେଳେ ଢେଙ୍କାନାଳର ୭୦, ଜଗତସିଂହପୁରର ୪୮, ବୌଦ୍ଧର ୭୧ ଓ ମାଲକନଗିରିର ୬୫ ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର