ସୁନା ପୁଅ ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ଟୋକିଓ ପାରାଲିମ୍ପିକ୍ସିରେ ସ୍ୱଣ୍ଣପଦକ ଜିତିଛନ୍ତି ଓଡିଆ ପୁଅ ପ୍ରମୋଦ ଭଗତ । ଅଲମ୍ପିକ୍ସରେ ଦମଦାର ପ୍ରଦର୍ଶନ କରି ଏବେ ସମସ୍ତଙ୍କ ବାହା ବାହା ଲୁଟୁଛନ୍ତି ଭଗତ । ଚାରିଆଡୁ ଶୁଭେଚ୍ଛାର ଶୁଅ ଛୁଟୁଛି । ପ୍ରଧାନମନ୍ତ୍ରୀଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟୁଇଟ କରି ପ୍ରମୋଦଙ୍କୁ ନିଜର ଅଭିନନ୍ଦନ ଜଣାଇଛନ୍ତି । ଓଡିଆ ପୁଅ ପ୍ରମୋଦ ଭଗତଙ୍କ ଏହି ବିଜୟରେ ସାରା ଭାରତ ଖୁସି ।

ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇବା ସହ ଏହାକୁ ସ୍ୱର୍ଣ୍ଣିମ ଇତିହାସ ବୋଲି କହଛନ୍ତି । ପାରା ବ୍ୟାଡମିଣ୍ଟନରେ ଏହା ଭାରତକୁ ପ୍ରଥମ ପଦକ । ପ୍ରମୋଦ ଭାରତକୁ ପ୍ରଥମ ପଦକ ଦେଇ ଭାରତ ପାଇଁ ଇତିହାସ ରଚିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି ।

ଏପଟେ କେନ୍ଦ୍ରମମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ କରି ଲେଖିଛନ୍ତି ,ପ୍ରମୋଦଙ୍କ ଏପରି ବିଜୟ ସମସ୍ତଙ୍କ ପାଇଁ ଗର୍ବର ମୂହୁର୍ତ୍ତ । ଏଥି ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ