୬ରେ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଲଘୁଚାପ । ଏବେ ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଛି । ଆସନ୍ତା ୬ ତାରିଖରେ ଉତ୍ତର ଓ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୭ଯାଏଁ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପୂର୍ବାନୁମାନ କରିଛି ।

ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଉତ୍ତର ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ସେପ୍ଟେମ୍ବର ଆରମ୍ଭରୁ ହିଁ ଚଳିତ ମାସରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ଆକଳନ କରାଯାଉଛି। ମାସର ପ୍ରଥମ ୩ ସପ୍ତାହ ରାଜ୍ୟରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ। ରାଜ୍ୟରେ ଅଗଷ୍ଟର ନିଅଣ୍ଟିଆ ବର୍ଷା କିଛି ମାତ୍ରାରେ ଭରଣା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆଶାବାଦୀ ଅଛନ୍ତି। କିନ୍ତୁ ଏହି ବର୍ଷା ରାଜ୍ୟରେ ଚାଷ କାର୍ଯ୍ୟ ପାଇଁ ବିଶେଷ ଉପଯୋଗୀ ହେବ ନାହିଁ ବୋଲି ଆଇଏମ୍‌ଡି କହିଛି।

ରବିବାର ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଅନ୍ୟ କେତେକ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’