Masthead

୬ରେ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ଲଘୁଚାପ । ଏବେ ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଛି । ଆସନ୍ତା ୬ ତାରିଖରେ ଉତ୍ତର ଓ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୭ଯାଏଁ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପୂର୍ବାନୁମାନ କରିଛି ।

ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଉତ୍ତର ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ସେପ୍ଟେମ୍ବର ଆରମ୍ଭରୁ ହିଁ ଚଳିତ ମାସରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ଆକଳନ କରାଯାଉଛି। ମାସର ପ୍ରଥମ ୩ ସପ୍ତାହ ରାଜ୍ୟରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ। ରାଜ୍ୟରେ ଅଗଷ୍ଟର ନିଅଣ୍ଟିଆ ବର୍ଷା କିଛି ମାତ୍ରାରେ ଭରଣା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆଶାବାଦୀ ଅଛନ୍ତି। କିନ୍ତୁ ଏହି ବର୍ଷା ରାଜ୍ୟରେ ଚାଷ କାର୍ଯ୍ୟ ପାଇଁ ବିଶେଷ ଉପଯୋଗୀ ହେବ ନାହିଁ ବୋଲି ଆଇଏମ୍‌ଡି କହିଛି।

ରବିବାର ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଅନ୍ୟ କେତେକ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା