Masthead

ପୁଣି ଏକ ଗଣବଳତ୍କାର; ଡେଲିଭରି ବୟ ସାଜିଲେ ସଇତାନ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ହଥରସ୍ ଗଣବଳତ୍କାର ମାମଲା ଦେଶରେ ହଇଚଇ ସୃଷ୍ଟି କରିଥିବା ବେଳେ ପୁଣି ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ଘଟଣା ଘଟିଛି ଜାତୀୟ ରାଜଧାନୀ ଦିଲ୍ଲୀରେ । ଦିଲ୍ଲୀ ଗୁରୁଗ୍ରାମ ଅଞ୍ଚଳରେ ୪ଜଣ ଡେଲିଭରି ବୟ ମିଶି ଜଣେ ୩୨ ବର୍ଷିୟା ମହିଳାଙ୍କୁ ବଳତ୍କାର କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତମାନେ ବଳତ୍କାର ପରେ ପୀଡ଼ିତାଙ୍କୁ ମାରପିଟ କରିଥିବା ଜଣାପଡିଛି । ତ।ଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ପୀଡିତାଙ୍କୁ ପ୍ରଥମେ ସ୍ଥାନୀୟ ସରକାରୀ ହସ୍ପିଟାଲରେ ଭତ୍ତି କରାଯାଇଥିଲା । ମାତ୍ର ସେ ଗୁରୁତର ଥିବାରୁ ତାଙ୍କୁ ଦିଲ୍ଲୀ ସଫଦରଜଙ୍ଗ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ଗୁରୁଗ୍ରାମ ପୋଲିସ ଘଟଣାକୁ ଗୁରୁତର ଭାବରେ ନେଇଛି । ୪ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫକରି ପଚରାଉଚରା ଆରମ୍ଭ କରିଛି । ଏହି ୪ ଅଭିଯୁକ୍ତ ଫୁଡ୍ ଡେଲିଭରି କମ୍ପାନୀରେ ଡେଲିଭରି ବୟ ଭାବରେ କାମ କରନ୍ତି । ପୀଡିତା ସୁସ୍ଥହେଲେ ତାଙ୍କର ବୟାନ ରେକର୍ଡ କରାଯିବ ବୋଲି ଗୁରୁଗ୍ରାମ ପୋଲିସ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ