Masthead

ଲଘୁଚାପ ବର୍ଷା, ୬ ଜିଲ୍ଲାକୁ ୟେ‌ଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା । ୬ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା । ରାଜ୍ୟରେ ଆଉ ୨୪ ଘଣ୍ଟା ଲଘୁଚାପଜନିତ ବର୍ଷା ଲାଗି ରହିବ । ପୂର୍ବ ଆକଳନ ଅନୁଯାୟୀ ଉତ୍ତର-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ସୋମବାର ବର୍ଷା ଆରମ୍ଭ ହୋଇଯାଇଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇଛି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ଏବଂ ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ଉତ୍ତର ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

ସେପ୍ଟେମ୍ବର ଆରମ୍ଭରୁ ହିଁ ଚଳିତ ମାସରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ଆକଳନ କରାଯାଉଛି। ମାସର ପ୍ରଥମ ୩ ସପ୍ତାହ ରାଜ୍ୟରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ। ରାଜ୍ୟରେ ଅଗଷ୍ଟର ନିଅଣ୍ଟିଆ ବର୍ଷା କିଛି ମାତ୍ରାରେ ଭରଣ ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆଶାବାଦୀ ଅଛନ୍ତି। କିନ୍ତୁ ଏହି ବର୍ଷା ରାଜ୍ୟରେ ଚାଷ କାର୍ଯ୍ୟ ପାଇଁ ବିଶେଷ ଉପଯୋଗୀ ହେବ ନାହିଁ ବୋଲି ଆଇଏମ୍‌ଡି କହିଛି। ଆଜି ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ୬ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ଅବଶିଷ୍ଟ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର