Masthead

ରାସ୍ତା ପାଲଟିଛି ମରଣଯନ୍ତା

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): କୃତ୍ରିମ ନଦୀ ପାଲଟିଛି ଗଦି ପଞୁଟିକ୍ରି ରାସ୍ତାର ତୋଟାପଡା ଛକ । ରାଜ୍ୟ ସରକାର ବିକାଶର ନାରା ଦେଉଥିବାବେଳେ ଏମିତି ଏକ ଚିତ୍ର ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଗଦି ପଞୁଟିକ୍ରିକୁ ଯାଇଥିବା ରାସ୍ତା ତୋଟାପଡା ଛକ ନିକଟରେ ।ଏହି ରାସ୍ତା ଦେଇ ପ୍ରତ୍ୟେକ ଦିନ ହଜାର ହଜାର ଲୋକ ଏବଂ ଗାଡି ଯିବା ଆସିବା କରନ୍ତି ।

ସମସ୍ତ ସ୍କୁଲ କଲେଜକୁ ଯିବାଆସିବା ପାଇଁ ଏହା ମୁଖ୍ୟରାସ୍ତା ହେଲେ ଯିବାଆସିବା କରିବା ପାଇଁ ବହୁତ ଅସୁବିଧାରେ ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି । ରାସ୍ତା ଏବେ ମରଣଯନ୍ତା ପାଲଟିଛି । ଏହି ରାସ୍ତାରେ ପାଣି ନିଷ୍କାସନର ବ୍ୟବସ୍ଥା ନଥିବାରୁ ରାସ୍ତାରେ ପାଣି ଜମି ରହୁଛି । ଫଳରେ ଅଞ୍ଚଳବାସୀ ବିଭିନ୍ନ ରୋଗରେ ଆକ୍ରାନ୍ତ ହେଉଥିବା ମଧ୍ୟ ନଜରକୁ ଆସିଛି ।

ଲୋକମାନେ ଯିବା ଆସିବା ସମୟରେ ଦୁର୍ଘଟଣାର ଶିକାର ହେଉଛନ୍ତି। ସରକାରୀବାବୁମାନଙ୍କୁ ଯେତେ ଗୁହାରି କଲେ ମଧ୍ୟ ସେମାନେ କର୍ଣ୍ଣପାତ କରୁନଥିବା ଅଭିଯୋଗ କରିଛନ୍ତି ଅଞ୍ଚଳବାସୀ।  କେବେ ବିଧାୟକ ଏହି ଅଞ୍ଚଳର ରାସ୍ତାକୁ ନଜର ଦେବା ସହିତ ମରାମତି କାର୍ଯ୍ୟ କରିବେ ତହା ଦେଖିବାକୁ ବାକି ରହିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା