ଟିଏମସି , ବିଜେପି ପୁଣି ମୁହାଁ ମୁହିଁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟରୋ):    ପଶ୍ଚିମବଙ୍ଗରେ ପୁଣି ଥରେ ମୁହାଁ ମୁହିଁ ହେଲେ ବିଜେପି ଓ ଟିଏମସି । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଟିଏମସିରେ ଦେଖାଇଥିଲା ହଲଚଲ । ବଡ ବଡ ନେତା ସବୁ ବିଜେପିରେ ସାମିଲ ହୋଇଥିଲେ । କିନ୍ତୁ ଏବେ ପୁଣି କିଛି ବଡ ବଡ ନେତା ବିଜେପି ଦଳ ଛାଡି ଟିଏମସିରେ ମିଶିବା ପାଇଁ ମନ ବଳାଇଲେଣି । ଏବେ ବିଜେପିକୁ ଏ ନେଇ ଏକ ବଡ ଝଟକା ଲାଗିପାରେ ବୋଲି ଅନୁମାନ କରାଯାଉଛି ।

ଏପଟେ ତୃଣମୂଳ କଂଗ୍ରେସର ନେତା ମୁକୁଲ ରାୟ କହିଛନ୍ତି , ୨୪ ଜଣ ବିଧାୟକ ଏବେ ଟିଏମସିରେ ଯୋଗ ଦେବାକୁ ଚାହୁଁଛନ୍ତି । ସେମାନେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କାମ କରିବାକୁ ଚାହୁଁଛନ୍ତି । ଏଥିପାଇଁ ସେମାନେ ତାଙ୍କ ସହ ଯୋଗାଯୋଗରେ ଅଛନ୍ତି । ମୁକୁଲ ରାୟ ନିଜେ ବିଜେପି ଛାଡି ପୁଣି ଟିଏମସିରେ ଯୋଗ ଦେଇଥିଲେ । ପୂର୍ବରୁ ମୁକୁଲ ରାୟ ଟିଏମସି ଛାଡି ବିଜେପିରେ ସାମିଲ ହୋଇଥିଲେ । ହେଲେ ବିଧାନସଭା ନିର୍ବାଚନରେ ବିଜେପିର ପରାଜୟ ପରେ ସେ ପୁଣି ଟିଏମସିରେ ଯୋଗ ଦେଇଥିଲେ ।

ତେବେ ନିକଟରେ ପଶ୍ଚିମବଙ୍ଗ ଉପନିର୍ବାଚନ ନେଇ ତାରିଖ ଘୋଷଣା ହୋଇଛି । ଆସନ୍ତା ୩୦ ତାରିଖରେ ୩ ଟି ବିଧାନସଭା ଆସନରେ ଉପନିର୍ବାଚନ ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’