Masthead

ଟିଟିଲାଗଡ଼କୁ ମରୁଡ଼ି ଘୋଷଣା ଦାବିରେ ଧାରଣା

ଟିଟିଲାଗଡ଼ (ବଡ଼ ଖବର ବ୍ୟୁରୋ): ଟିଟିଲାଗଡ଼ ଅଞ୍ଚଳକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ଦାବିକରି କଂଗ୍ରେସ ଦଳ ତରଫରୁ ଧାରଣା ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସହାୟକ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ। ଠିକ୍ ସମୟରେ ସଠିକ ପରିମାଣର ବର୍ଷା ନ ହେବ ତଥା ଜଳସେଚନର ଘୋର ଅସୁବିଧା ଯୋଗୁଁ ଏହି ବର୍ଷ ଚାଷ ଭଲ ଭାବରେ ହୋଇ ପାରିନାହିଁ । ମାଟି ଫାଟି ଆଁ କଲାଣି । ଚାଷୀ ମୁଣ୍ଡରେ ହାତ ଦେଇ ବସିଥିବା ବେଳେ ଚାଷ ଋଣ ବୋଝ ସହି କିପରି ବଞ୍ଚିବ ସେଥିପାଇଁ ସରକାରଙ୍କ ସହାୟତା ଅପେକ୍ଷାରେ ବସି ରହିଛନ୍ତି।

ଏହାକୁ ହୃଦୟଙ୍ଗମ କରି କୃଷକମାନଙ୍କ ସହ ଟିଟିଲାଗଡ଼ କଂଗ୍ରେସ ଦଳ ତରଫରୁ ବ୍ଲକ ସଭାପତି ବିକାଶ ପାଣିଗ୍ରାହୀଙ୍କ ନେତୃତ୍ୱରେ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରୁ ଏକ ରାଲି କରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ସରକାରଙ୍କୁ ଯଥା ଶୀଘ୍ର ଟିଟିଲାଗଡ଼ ଅଞ୍ଚଳକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରି ଚାଷୀ ମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ଦାବି କରିଛନ୍ତି ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ।

ଏହି ଧାରଣାରେ ଡମ୍ବରୁ ଧର ଛତ୍ରିଆ, ବୀରେନ୍ଦ୍ର ବାଗ, ତୁଳସୀ ସାହୁ, ଦେବାନନ୍ଦ ସାହୁ, ଲିଙ୍ଗରାଜ ସୁନା, ବିଚିତ୍ର ବାଗ, ଗୁଣ ସାଗର ମାଝୀ, ସୁବ୍ରତ ବେହେରା, ଜୟସିଂହ ତାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ। ସଭା ଶେଷରେ ସହାୟକ ଜିଲ୍ଲାପାଳ ଡ଼ ଲଳିତ ବାଗଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼