ଟିଟିଲାଗଡ଼କୁ ମରୁଡ଼ି ଘୋଷଣା ଦାବିରେ ଧାରଣା

ଟିଟିଲାଗଡ଼ (ବଡ଼ ଖବର ବ୍ୟୁରୋ): ଟିଟିଲାଗଡ଼ ଅଞ୍ଚଳକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ଦାବିକରି କଂଗ୍ରେସ ଦଳ ତରଫରୁ ଧାରଣା ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସହାୟକ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ। ଠିକ୍ ସମୟରେ ସଠିକ ପରିମାଣର ବର୍ଷା ନ ହେବ ତଥା ଜଳସେଚନର ଘୋର ଅସୁବିଧା ଯୋଗୁଁ ଏହି ବର୍ଷ ଚାଷ ଭଲ ଭାବରେ ହୋଇ ପାରିନାହିଁ । ମାଟି ଫାଟି ଆଁ କଲାଣି । ଚାଷୀ ମୁଣ୍ଡରେ ହାତ ଦେଇ ବସିଥିବା ବେଳେ ଚାଷ ଋଣ ବୋଝ ସହି କିପରି ବଞ୍ଚିବ ସେଥିପାଇଁ ସରକାରଙ୍କ ସହାୟତା ଅପେକ୍ଷାରେ ବସି ରହିଛନ୍ତି।

ଏହାକୁ ହୃଦୟଙ୍ଗମ କରି କୃଷକମାନଙ୍କ ସହ ଟିଟିଲାଗଡ଼ କଂଗ୍ରେସ ଦଳ ତରଫରୁ ବ୍ଲକ ସଭାପତି ବିକାଶ ପାଣିଗ୍ରାହୀଙ୍କ ନେତୃତ୍ୱରେ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରୁ ଏକ ରାଲି କରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ସହ ସରକାରଙ୍କୁ ଯଥା ଶୀଘ୍ର ଟିଟିଲାଗଡ଼ ଅଞ୍ଚଳକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରି ଚାଷୀ ମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ଦାବି କରିଛନ୍ତି ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ।

ଏହି ଧାରଣାରେ ଡମ୍ବରୁ ଧର ଛତ୍ରିଆ, ବୀରେନ୍ଦ୍ର ବାଗ, ତୁଳସୀ ସାହୁ, ଦେବାନନ୍ଦ ସାହୁ, ଲିଙ୍ଗରାଜ ସୁନା, ବିଚିତ୍ର ବାଗ, ଗୁଣ ସାଗର ମାଝୀ, ସୁବ୍ରତ ବେହେରା, ଜୟସିଂହ ତାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ। ସଭା ଶେଷରେ ସହାୟକ ଜିଲ୍ଲାପାଳ ଡ଼ ଲଳିତ ବାଗଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ