Masthead

ସ୍କୁଲ ପିଲାଙ୍କ ପାଇଁ ଜାରି ହେଲା ଗାଇଡଲାଇନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସ୍କୁଲ ପିଲାଙ୍କ ପାଇଁ ବଡ଼ ଖବର । ମାସ୍କ ବିନା, ସ୍କୁଲ ପ୍ରବେଶ ମନା । ସ୍କୁଲ ପିଲାଙ୍କ ପାଇଁ ପୁଣି ଜାରି ହେଲା ଗାଇଡଲାଇନ । ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି । ମାସ୍କ ବିନା ସ୍କୁଲରେ ପ୍ରବେଶ କରିପାରିବେନି ପିଲା । ସ୍କୁଲ ଆସୁଥିବା ସମସ୍ତ ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ପୂର୍ବ ଗାଇଡ଼ଲାଇନ ସହ ଅନ୍ୟ ଗାଇଡ଼ଲାଇନକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ।

ଏନେଇ ସରକାରଙ୍କ ତରଫରୁ ସମସ୍ତ ଡିଇଓମାନଙ୍କୁ ଚିଠି ଲେଖାଯାଇଛି । ମାସ୍କ ପିନ୍ଧିବା ସହ ସ୍କୁଲରେ ସମସ୍ତ ପିଲାଙ୍କ ହେବ ଥର୍ମାଲ ସ୍କ୍ରିନିଂ । କ୍ଲାସରୁମରେ ପାଳନ ହେବ ସାମାଜିକ ଦୂରତା । ଥର୍ମାଲ ସ୍କ୍ରିନିଂ ସହ ହାତକୁ ବିଶୋଧନ କରିବାର ବ୍ୟବସ୍ଥା କରାଯିବ । ଥଣ୍ଡା, କାଶ ଭଳି ସାମାନ୍ୟ ଲକ୍ଷଣ ଦେଖାଦେଲେ ଶିକ୍ଷକ ଓ ଛାତ୍ରଛାତ୍ରୀ ବିଦ୍ୟାଳୟ ଆସିପାରିବେ ନାହିଁ । ବିଆରସିସି ଓ ସିଆରସିସି ପର୍ଯ୍ୟାୟକ୍ରମେ ବିଦ୍ୟାଳୟ ବୁଲି ତଦାରଖ କରିବେ । ଶ୍ରେଣୀଗୃହ ଶିକ୍ଷାଦାନ ତଥା ଅଫଲାଇନ୍‌ ପାଠପଢ଼ା ଆରମ୍ଭ ହୋଇଥିଲେ ମଧ୍ୟ ଅନଲାଇନ୍‌ ପାଠପଢ଼ା ଜାରି ରହିବ । ବିଦ୍ୟାଳୟ ଆସିବାକୁ ଛାତ୍ରଛାତ୍ରୀଙ୍କୁ ସ୍କୁଲ କର୍ତ୍ତୃପକ୍ଷ ବାଧ୍ୟ କରିପାରିବେ ନାହିଁ ବୋଲି ସାନି ଗାଇଡଲାଇନରେ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା