Masthead

ସ୍କୁଲ ପିଲାଙ୍କ ପାଇଁ ଜାରି ହେଲା ଗାଇଡଲାଇନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସ୍କୁଲ ପିଲାଙ୍କ ପାଇଁ ବଡ଼ ଖବର । ମାସ୍କ ବିନା, ସ୍କୁଲ ପ୍ରବେଶ ମନା । ସ୍କୁଲ ପିଲାଙ୍କ ପାଇଁ ପୁଣି ଜାରି ହେଲା ଗାଇଡଲାଇନ । ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଗଣଶିକ୍ଷା ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି । ମାସ୍କ ବିନା ସ୍କୁଲରେ ପ୍ରବେଶ କରିପାରିବେନି ପିଲା । ସ୍କୁଲ ଆସୁଥିବା ସମସ୍ତ ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ପୂର୍ବ ଗାଇଡ଼ଲାଇନ ସହ ଅନ୍ୟ ଗାଇଡ଼ଲାଇନକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ।

ଏନେଇ ସରକାରଙ୍କ ତରଫରୁ ସମସ୍ତ ଡିଇଓମାନଙ୍କୁ ଚିଠି ଲେଖାଯାଇଛି । ମାସ୍କ ପିନ୍ଧିବା ସହ ସ୍କୁଲରେ ସମସ୍ତ ପିଲାଙ୍କ ହେବ ଥର୍ମାଲ ସ୍କ୍ରିନିଂ । କ୍ଲାସରୁମରେ ପାଳନ ହେବ ସାମାଜିକ ଦୂରତା । ଥର୍ମାଲ ସ୍କ୍ରିନିଂ ସହ ହାତକୁ ବିଶୋଧନ କରିବାର ବ୍ୟବସ୍ଥା କରାଯିବ । ଥଣ୍ଡା, କାଶ ଭଳି ସାମାନ୍ୟ ଲକ୍ଷଣ ଦେଖାଦେଲେ ଶିକ୍ଷକ ଓ ଛାତ୍ରଛାତ୍ରୀ ବିଦ୍ୟାଳୟ ଆସିପାରିବେ ନାହିଁ । ବିଆରସିସି ଓ ସିଆରସିସି ପର୍ଯ୍ୟାୟକ୍ରମେ ବିଦ୍ୟାଳୟ ବୁଲି ତଦାରଖ କରିବେ । ଶ୍ରେଣୀଗୃହ ଶିକ୍ଷାଦାନ ତଥା ଅଫଲାଇନ୍‌ ପାଠପଢ଼ା ଆରମ୍ଭ ହୋଇଥିଲେ ମଧ୍ୟ ଅନଲାଇନ୍‌ ପାଠପଢ଼ା ଜାରି ରହିବ । ବିଦ୍ୟାଳୟ ଆସିବାକୁ ଛାତ୍ରଛାତ୍ରୀଙ୍କୁ ସ୍କୁଲ କର୍ତ୍ତୃପକ୍ଷ ବାଧ୍ୟ କରିପାରିବେ ନାହିଁ ବୋଲି ସାନି ଗାଇଡଲାଇନରେ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି