Masthead

ବଢିବାରେ ଲାଗିଛି ଆନ୍ଧ୍ରର ଦାଦାଗିରି

ଗଜପତି (ବଡ଼ ଖବର ବ୍ୟୁରୋ): ପୁଣି ସାମ୍ନାକୁ ଆସିଲା ଆନ୍ଧ୍ରର ଦାଦାଗିରି। ଓଡ଼ିଶା ସୀମାରେ ପଶିଲା ଆନ୍ଧ୍ର। ସୀମାରେ ଅନୁପ୍ରବେଶ କରି ଗଜପତି ଜିଲ୍ଲା ରାୟଗଡ ବ୍ଲକ ଗଙ୍ଗାବାଡ ପଂଚାୟତର ମାଣିକପାଟଣା ଠାରେ ଏକ ଅସ୍ଥାୟୀ ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ କରିଥିବାବେଳେ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ତାହାକୁ ସିଲ୍ କରାଯାଇଥିଲା । ତେବେ ଗତକାଲି ଆନ୍ଧ୍ରର କିଛି ଅଧିକାରୀ ପହଞ୍ଚି ସେଠାରେ ପକାଯାଇଥିବା ତାଲାକୁ ଭାଙ୍ଗିଥିବାବେଳେ ଆଜି ସେଠାରେ ପିଲାଙ୍କ ପାଠପଢା ଜାରି ରହିଛି ଏବଂ ଅଣ୍ଡା ମଧ୍ୟ ବଣ୍ଟନ କରାଯାଇଛି ।

ଆଜି ସଂପୃକ୍ତ ଅଞ୍ଚଳରେ ଆନ୍ଧ୍ରର ମନ୍ତ୍ରୀ ଏବଂ ବରିଷ୍ଠ ଅଧିକାରୀମାନେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ସେହି ଅଞ୍ଚଳରେ ଆନ୍ଧ୍ର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ମଧ୍ୟ ସରିଛି। ସୀମାରେ ଅନୁପ୍ରବେଶ କରିବା ପାଇଁ ସବୁବେଳେ ପଡୋଶୀ ଆନ୍ଧ୍ର ପ୍ରୟାସ କରୁଥିବାବେଳେ ଓଡ଼ିଶା ପକ୍ଷରୁ ଏହାର ସ୍ଥାୟୀ ସମାଧାନ ପାଇଁ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉନାହିଁ । ଫଳରେ ଆନ୍ଧ୍ରର ଦାଦାଗିରି ଦିନକୁ ଦିନ ବଢିବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ