Masthead

‘ଚିକିତ୍ସା ଅବହେଳାରୁ ଦୁଷ୍ମନ୍ତଙ୍କ ମୃତ୍ୟୁ’

କଟକ (ବଡ଼ ଖବର ବ୍ୟୁରୋ):  ବିଧାନସଭା ଆଗରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ ଘଟଣା । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ରାତି ଅଧିଆ ଦୁଷ୍ମନ୍ତଙ୍କ ଶବ କରାଗଲା ବ୍ୟବଚ୍ଛେଦ । ପୁରୀ ସ୍ୱର୍ଗଦ୍ୱାରରେ କରାଗଲା ଶବ ସତ୍କାର । ଦୁଷ୍ମନ୍ତଙ୍କ ମରଶରୀରକୁ ଗାଁକୁ ନେବା ପାଇଁ ଯୋଜନା ଥିଲେ ମଧ୍ୟ ଗାଁ ନଯାଇ ପୁରୀ ସ୍ୱର୍ଗଦ୍ୱାରକୁ ନିଆଗଲା । ତେବେ ଗାଁକୁ କ’ଣ ପାଇଁ ନିଆଗଲା ନାହିଁ ତାକୁ ନେଇ ଏବେ ବଡ଼ ପ୍ରଶ୍ନ ଉଠିଛି ।

ବୁଧବାର ବିଧାନସଭା ଆଗରେ ହାତ କାଟି, ବିଷ ପିଇଥିଲେ ଦୁଷ୍ମନ୍ତ ଦାସ। ସେପଟେ ଚିକିତ୍ସା ଅବହେଳା ଯୋଗୁ ପୁଅର ମୃତ୍ୟୁ ହୋଇଥିବା କହିଛନ୍ତି ଦୁଷ୍ମନ୍ତଙ୍କ ମାଆ। ହେଲେ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏସ୍‌ସିବି କର୍ତ୍ତୃପକ୍ଷ । ଏସ୍‌ସିବି ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା କହିଛନ୍ତି ଯେ, ଏକ ଦୁର୍ଘଟଣାଜନିତ କାରଣରୁ ସେ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ । ତାଙ୍କର ଅପରେସନ କରାଯାଇଥିଲା ।ଅପରେସନ ପରେ ପିଜିଓଥେରାପିରେ ଚିକିତ୍ସା ମଧ୍ୟ କରାଯାଉଥିଲା ।

ଏସ୍‌ସିବିରେ ତାଙ୍କର ସମସ୍ତ ଚିକିତ୍ସା ମାଗଣାରେ କରାଯାଇଥିଲା ।ତେବେ ଗତ ୬ ତାରିଖରେ ସେ ଏମ୍ସକୁ ଯିବେ ବୋଲି ନିଜ ତରଫରୁ ଜଣାଇଥିଲେ । ଗତକାଲି ହଠାତ୍ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର କ୍ୟାପିଟାଲ ହସପିଟାଲରୁ ଏସସିବି ଅଣାଯାଇଥିଲା । ବିଷକ୍ରିୟା ହୋଇଥିବାରୁ ତାଙ୍କର ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ