Masthead

ଦୁଷ୍ମନ୍ତ ମୃତ୍ୟୁ ମାମଲ: ପ୍ରତିକ୍ରିୟା ରଖିଲେ ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ସମ୍ମୁଖରେ ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣା ଅତ୍ୟନ୍ତ ଦୁଃଖଦ। ଏଥିପାଇଁ ନବୀନ ସରକାର ଦାୟୀ। ବିଜୁ ସ୍ୱାସ୍ଥ୍ୟ ସେବା ଯୋଜନାରେ ସ୍ୱାସ୍ଥ୍ୟ ସେବା ପାଇବା ପାଇଁ ବାରମ୍ବାର ନିବେଦନ କରୁଥଲେ। କିନ୍ତୁ ପାଇଲେ ନାହିଁ। ବାରମ୍ବାର ପ୍ରଶାସନ ପାଖକୁ ଧାଇଁ ଧାଇଁ ବିଫଳ ହେବା ପରେ ଆତ୍ମହତ୍ୟାର ବାଟ ବାଛିନେଲେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଏକ ପ୍ରହସନ। ନବୀନ ବାବୁଙ୍କର ଏହା କେଵଳ ପ୍ରଚାର ସର୍ବସ୍ବ ରାଜନୀତି।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସୁଵିଧା ସୁଯୋଗ ଲୋକେ ପାଉ ନାହାଁନ୍ତି। ବାଧ୍ୟ ହୋଇ ଆତ୍ମହତ୍ୟାର ବାଟ ବାଛୁଛନ୍ତି। ବିଧାନସଭା ସମ୍ମୁଖରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗରେ ନରସିଂହ ମିଶ୍ରଙ୍କ ପ୍ରତିକ୍ରିୟା ରଖିଛନ୍ତି। ପୂର୍ବ ଅଧିବେଶନରେ ବାରମ୍ବାର ଏଭଳି ଆତ୍ମହତ୍ୟା ଉଦ୍ୟମ କରିଥିବା କଥା ଉଠାଇଥିଲୁ। ପୋଲିସ ପ୍ରଶାସନ ସମ୍ପୂର୍ଣ୍ଣ ବିଫଳ। କାଲି ଯୁବକ ଆତ୍ମହତ୍ୟା ଉଦ୍ୟମ କଲେ ପୋଲିସ ବଞ୍ଚାଇ ପାରିଲାନି। ଏଥିପାଇଁ ବିଭାଗୀୟ ମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଉତ୍ତରଦାୟୀ।

ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣା ଅତ୍ୟନ୍ତ ଦୁଃଖଦ ବୋଲି ବିଜେଡି କହିଛି। କେଉଁ ପରିସ୍ଥିତିରେ କାହା ଚାପରେ ସେ ଆତ୍ମହତ୍ୟା କଲେ ତାହା ତଦନ୍ତ ସାପେକ୍ଷ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଦୁଷ୍ମନ୍ତ ହିତାଧିକାରୀ ହୋଇ ମଧ୍ୟ ସେ ସୁଫଳ ପାଇଲେ ନାହିଁ ବୋଲି ବିରୋଧିଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି ବିଜେଡି ବିଧାୟକ ଧ୍ରୁବ ସାହୁ ଏବଂ ରାଜ କିଶୋର ଦାଶ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ