Masthead

ଛାତ୍ରଛାତ୍ରୀଙ୍କ ନିଯୁକ୍ତି ପାଇଁ ବିଶ୍ୱବିଦ୍ୟାଳୟରେ ଉଦ୍ୟମ ନାହିଁ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ) : ପାଠପଢା ସରିବାପରେ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ସହାୟତା ଯୋଗାଇବା ଲାଗି ରାଜ୍ୟରେ ଥିବା ବିଶ୍ବବିଦ୍ୟାଳୟ ଓ କଲେଜଗୁଡ଼ିକରେ ‌କୌଣସି ପ୍ରଭାବୀ ବ୍ୟବସ୍ଥା ନାହିଁ। କେବଳ ଉତ୍କଳ ବିଶ୍ବବିଦ୍ୟାଳୟ ଓ ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟରେ ଯାହା କିଛି ବ୍ୟବସ୍ଥା ରହିଛି। ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ କ୍ୟାରିୟର କାଉନସେଲିଂ ନାମକୁ ମାତ୍ର ରହିଛି। ଅନେକ କ୍ଷେତ୍ରରେ କ୍ୟାରିୟର କାଉନସେଲିଂ ଓ ନିଯୁକ୍ତି ମେଳା ଆୟୋଜନ କରାଯାଉନଥିବାରୁ ମହାଲେଖା ନିୟନ୍ତ୍ରକ ଓ ମହାସମୀକ୍ଷକ (ସିଏଜି) ଉଦ୍‌ବେଗ ପ୍ରକାଶ କରିଛନ୍ତି।

ଆଜି ରାଜ୍ୟ ବିଧାସଭାରେ ଉପସ୍ଥାପନ ହୋଇଥିବା ‘ରାଜ୍ୟରେ ଉଚ୍ଚ ଶିକ୍ଷାର ଫଳାଫଳ’ ସମ୍ପର୍କିତ ରିପୋର୍ଟରେ ଉଚ୍ଚ ଶିକ୍ଷାର ଦୟନୀୟ ସ୍ଥିତିକୁ ବର୍ଣ୍ଣନା କରାଯାଇଛି। ଉଚ୍ଚ ଶିକ୍ଷା ଶେଷ କରିବା ପରେ ଛାତ୍ରଛାତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କରିବା ଲାଗି ଶିକ୍ଷାନୁଷ୍ଠାନଗୁଡ଼ିକରେ ସ୍ବତନ୍ତ୍ର ବ୍ୟବସ୍ଥା ରହିବା ଦରକାର ବୋଲି ସିଏଜି କହିଛନ୍ତି। ଏହା ସହିତ ପ୍ରତିଯୋଗିତାମୂଳକ ପରୀକ୍ଷା ନିମନ୍ତେ ଛାତ୍ରଛାତ୍ରୀଙ୍କୁ କୋଚିଂ ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ନେବା ଦରକାର ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ