Masthead

ଭୁବନେଶ୍ୱରରୁ ୩୫୪ ପଜିଟିଭ ଚିହ୍ନଟ: ୩୧୮ ସୁସ୍ଥ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ କରୋନା । ରବିବାର ରାଜ୍ୟରେ ୩୩୨୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱରରୁ ୩୫୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୩୫୪ଜଣ କରୋନା ପଜିଟିଭମାନଙ୍କ ମଧ୍ୟରୁ ୧୦୮ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୪୬ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାସହିତ ୩୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ୩୫୪ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାର ୨୩୦ରେ ପହଞ୍ଚିଛି । ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ୧୯ ହଜାର ୫୭୩ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୫୩୫ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମୃତ୍ୟୁ ସଂଖ୍ୟା ୧୦୨କୁ ବୃଦ୍ଧି ପାଇଛି । ରାଜଧାନୀରେ ସ୍ଥାନୀୟ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହା ପ୍ରଶାସନର ଚିନ୍ତାର କାରଣ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି