Masthead

ବଢିବନି ମୂର୍ତ୍ତିର ଉଚ୍ଚତା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):     ବଢିବନି ମୂର୍ତ୍ତିର ଉଚ୍ଚତା । ଏ ନେଇ ଆଜି ଏକ ପ୍ରେସମିଟରେ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ନିକଟରେ ମୂର୍ତ୍ତିର ଉଚ୍ଚତା ବିବାଦକୁ ନେଇ କିଛି ଦିନ ତଳେ କଟକର ଲୋକ ପ୍ରତିନିଧି ଓ ପୂଜା କମିଟି ସରକାରଙ୍କ ସହ ଆଲୋଚନା କରିଥିଲେ । ତେବେ ଆଜି ସରକାର ପୂଜା ପାଇଁ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି । ମୂର୍ତ୍ତିର ଉଚ୍ଚତାକୁ ୪ ଫୁଟରେ ସୀମିତ ରଖାଯାଇଛି ।  ସରକାରଙ୍କ ନିଷ୍ପତି ଅନୁଯାୟୀ  ମୂର୍ତ୍ତିର ଉଚ୍ଚତା ବଢିବ ନାହିଁ ।

ଏସଆରସିଙ୍କ ସୂଚନା ଅନୁଯାଇ,ସବୁଠି ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି । ତେବେ କରୋନାର ପ୍ରଥମ ଲହର ପରେ ଦ୍ୱିତୀୟ ଲହର ଏବେ ଚାଲିିଛି । ଆଉ ଆଗକୁ ତୃତୀୟ ଲହର ଆସିବା ନେଇ ଆଶଙ୍କା କରାଯାଉଛି । ପୂର୍ବରୁ ଏହାକୁ ଦୃଷ୍ଟିରେ ରଖି ସରକାର କଟକଣା ଜାରି କରିଥିଲେ । ମୂର୍ତ୍ତି ଉଚ୍ଚତା ଓ ସାଜସଜା ନେଇ ସରକାରଙ୍କ ତରଫରୁ ଗାଇଡଲାଇନ ଜାରି କରାଯାଇଥିଲା । ତେବେ ପୂର୍ବରୁ ରାଜ୍ୟ ସରକାର ପାର୍ବଣ ପାଇଁ ଯେଉଁ ଗାଇଡଲାଇନ ଜାରି କରିଥିଲେ ତାହା ବଳବତ୍ତର ରହିବ ବୋଲି ଏସଆରସି ସୂଚନା ଦେଇଛନ୍ତି । ଏସଆରସିଙ୍କ କହିବା ଅନୁଯାୟୀ ଆମେ ପୂଜା କମିଟିର କଥାକୁ ସମ୍ମାନ ଦେଉଛୁ । ହେଲେ ଆମେ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛୁ । ତେଣୁ ଏଭଳି କଠିନ ସମୟରେ ଧୈର୍ଯ୍ୟ ଦେଖାଇବା ନିହାତି ଆବଶ୍ୟକ । ତେବେ ସରାକାର ନିଷ୍ପତି ନେଲେ ଯେ ଏ ବର୍ଷ ମଧ୍ୟ ନିରାଡମ୍ବର ଭାବେ ପୂଜା ପାଳନ କରାଯିବା ।

ଆସନ୍ତା କାଲି ହେଉଛି ପଶ୍ଚିମ ଓଡିଶାର ଗଣପର୍ବ ନୁଆଁଖାଇ । ଏ ନେଇ ସମସ୍ତଙ୍କୁ କୋଭିଡ ଗାଇଡଲାଇନ ମାନି ନୁଆଁଖାଇ ପର୍ବ ପାଳନ କରିବାକୁ ଏସଆରସି ଅନୁରୋଧ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!