Masthead

ବଢିବନି ମୂର୍ତ୍ତିର ଉଚ୍ଚତା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):     ବଢିବନି ମୂର୍ତ୍ତିର ଉଚ୍ଚତା । ଏ ନେଇ ଆଜି ଏକ ପ୍ରେସମିଟରେ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ନିକଟରେ ମୂର୍ତ୍ତିର ଉଚ୍ଚତା ବିବାଦକୁ ନେଇ କିଛି ଦିନ ତଳେ କଟକର ଲୋକ ପ୍ରତିନିଧି ଓ ପୂଜା କମିଟି ସରକାରଙ୍କ ସହ ଆଲୋଚନା କରିଥିଲେ । ତେବେ ଆଜି ସରକାର ପୂଜା ପାଇଁ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି । ମୂର୍ତ୍ତିର ଉଚ୍ଚତାକୁ ୪ ଫୁଟରେ ସୀମିତ ରଖାଯାଇଛି ।  ସରକାରଙ୍କ ନିଷ୍ପତି ଅନୁଯାୟୀ  ମୂର୍ତ୍ତିର ଉଚ୍ଚତା ବଢିବ ନାହିଁ ।

ଏସଆରସିଙ୍କ ସୂଚନା ଅନୁଯାଇ,ସବୁଠି ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି । ତେବେ କରୋନାର ପ୍ରଥମ ଲହର ପରେ ଦ୍ୱିତୀୟ ଲହର ଏବେ ଚାଲିିଛି । ଆଉ ଆଗକୁ ତୃତୀୟ ଲହର ଆସିବା ନେଇ ଆଶଙ୍କା କରାଯାଉଛି । ପୂର୍ବରୁ ଏହାକୁ ଦୃଷ୍ଟିରେ ରଖି ସରକାର କଟକଣା ଜାରି କରିଥିଲେ । ମୂର୍ତ୍ତି ଉଚ୍ଚତା ଓ ସାଜସଜା ନେଇ ସରକାରଙ୍କ ତରଫରୁ ଗାଇଡଲାଇନ ଜାରି କରାଯାଇଥିଲା । ତେବେ ପୂର୍ବରୁ ରାଜ୍ୟ ସରକାର ପାର୍ବଣ ପାଇଁ ଯେଉଁ ଗାଇଡଲାଇନ ଜାରି କରିଥିଲେ ତାହା ବଳବତ୍ତର ରହିବ ବୋଲି ଏସଆରସି ସୂଚନା ଦେଇଛନ୍ତି । ଏସଆରସିଙ୍କ କହିବା ଅନୁଯାୟୀ ଆମେ ପୂଜା କମିଟିର କଥାକୁ ସମ୍ମାନ ଦେଉଛୁ । ହେଲେ ଆମେ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛୁ । ତେଣୁ ଏଭଳି କଠିନ ସମୟରେ ଧୈର୍ଯ୍ୟ ଦେଖାଇବା ନିହାତି ଆବଶ୍ୟକ । ତେବେ ସରାକାର ନିଷ୍ପତି ନେଲେ ଯେ ଏ ବର୍ଷ ମଧ୍ୟ ନିରାଡମ୍ବର ଭାବେ ପୂଜା ପାଳନ କରାଯିବା ।

ଆସନ୍ତା କାଲି ହେଉଛି ପଶ୍ଚିମ ଓଡିଶାର ଗଣପର୍ବ ନୁଆଁଖାଇ । ଏ ନେଇ ସମସ୍ତଙ୍କୁ କୋଭିଡ ଗାଇଡଲାଇନ ମାନି ନୁଆଁଖାଇ ପର୍ବ ପାଳନ କରିବାକୁ ଏସଆରସି ଅନୁରୋଧ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ