Masthead

ତୃତୀୟ ଲହର ଆଶଙ୍କାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । କରୋନାର ଦ୍ୱିତୀୟ ଲହରରେ ସୁଧାର ଆସିବା ପରେ ତୃତୀୟ ଲହରକୁ ନେଇ ଚିନ୍ତାରେ ଦେଶବାସୀ । ତୃତୀୟ ଲହର ଆଶଙ୍କା ଭିତରେ ଦେଶର କୋଭିଡ୍ ସ୍ଥିତି ନେଇ ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଏଥିସହ ଦେଶରେ ଟିକାକରଣ କେମିତି ଚାଲିଛି ତାହା ବୁଝିଛନ୍ତି । ଦେଶରେ ଜନସଂଖ୍ୟାର ଅଧାରୁ ଅଧିକ ଲୋକ ଟିକାର ଗୋଟିଏ ଡୋଜ୍ ନେଇ ସାରିଲେଣି । ୧୮ ପ୍ରତିଶତ ଲୋକ ଦୁଇଟି ଡୋଜ୍ ନେଇ ସାରିଲେଣି ବୋଲି ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଛି ।

ଆଗକୁ ତୃତୀୟ ଲହର ଆଶଙ୍କା ଥିବାରୁ ଅକ୍ସଜେନ ଯୋଗାଣ, ଜିନମ ସିକ୍ୟୁଏସନସିଂ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହ ଆଗକୁ ପାର୍ବଣ ଆସୁଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ