Masthead

ରାଜ୍ୟରେ ୨ ଲକ୍ଷ ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଘରକୁ ଫେରିଲେ ୪୧୦୮

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ପାଇଁ ଖୁସି ଖବର । ରବିବାର ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ଟପିଛି । ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁସାରେ ଆଜି ରାଜ୍ୟରେ ୪୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୨ ହଜାର ୩୦୨ରେ ପହଞ୍ଚିଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆରୋଗ୍ୟଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି ।

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୨ଜଣ, କଟକରୁ ୪୯୨, ଯାଜପୁରରୁ ୨୧୨, ଅନୁଗୁଳରୁ ୧୮୬, ଝାରସୁଗୁଡ଼ାରୁ ୧୫୪, ଜଗତସିଂହପୁରରୁ ୧୪୩, ମୟୂରଭଞ୍ଜରୁ ୧୩୯, ସମ୍ବଲପୁରରୁ ୧୨୮, ନୂଆପଡ଼ାରୁ ୧୧୮, କଳାହାଣ୍ଡି ଓ କେନ୍ଦୁଝରରୁ ୧୧୭ଜଣ ଲେଖାଏଁ, ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ୧୧୬ଜଣ ଲେଖାଏଁ, ବରଗଡ଼ରୁ ୧୧୪ଜଣ, କେନ୍ଦ୍ରାପଡ଼ାରୁ ୧୦୭, ନବରଙ୍ଗପୁରରୁ ୮୯, ବଲାଙ୍ଗୀରରୁ ୮୦, ଢେଙ୍କାନାଳରୁ ୭୫, କୋରାପୁଟ ଓ ସୋନପୁରରୁ ୭୩ ଜଣ ଲେଖାଏଁ, କନ୍ଧମାଳରୁ ୭୧, ଗଞ୍ଜାମରୁ ୬୭, ରାୟଗଡ଼ାରୁ ୬୪, ପୁରୀରୁ ୫୫, ନୟାଗଡ଼ରୁ ୫୦, ବୈାଦ୍ଧରୂ ୪୪, ଗଜପତିରୁ ୪୦, ମାଲକାନାଗିରିରୁ ୩୪, ଭଦ୍ରକରୁ ୧୬, ଦେବଗଡ଼ରୁ ୮ ଏବଂ ଷ୍ଟେଟ ପୁଲରୁ ୨୮୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ 🔴 ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା 🔴 ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ 🔴 ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା 🔴 ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ