Masthead

ଡେଥ ସାର୍ଟିଫିକେଟରେ ଦର୍ଶାଯିବ କରୋନା ମୃତ୍ୟୁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କରୋନାରେ ସଂକ୍ରମିତ ହୋଇ ମୃତ୍ୟୁବରଣ କରିଥିବା ଲୋକଙ୍କ ଡ଼େଥ ସାଟିଫିକେଟରେ ଦର୍ଶାଯିବ କରୋନା ମୃତ୍ୟୁ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଓ ଇଣ୍ଡିଆନ୍‌ କାଉଂସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ ପକ୍ଷରୁ ରାଜ୍ୟ ସରକାର ଗୁଡିକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଅପରପକ୍ଷରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କେନ୍ଦ୍ର ସରକାର ରାଜ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ଯଦି କୌଣସି ବ୍ୟକ୍ତିଙ୍କର କରୋନାରେ ମୃତ୍ୟୁ ହୁଏ ତେବେ ମୃତ୍ୟୁ ପ୍ରମାଣପତ୍ରରେ ‘କରୋନାରେ ମୃତ୍ୟୁ’ ହୋଇଥିବା ନେଇ ଦର୍ଶାଇବାକୁ ପଡିବ।

ପୂର୍ବରୁ ବହୁ ଲୋକ କରୋନାରେ ଆଖିବୁଜି ଥିବା ବେଳେ ସେମାନଙ୍କ ପରିବାର ସଦସ୍ୟ କରୋନା ଜନିତ ମୃତ୍ୟୁ ସାର୍ଟିଫିକେଟ ପାଇନଥିବା ଅଭିଯୋଗ ଆଣିଥିଲେ। ନୂଆ ନିୟମ ପରେ ସେମାନଙ୍କ ପରିବାର ସହଦ୍ୟ ଏବେ କୋଭିଡ ମୃତ୍ୟୁ ପ୍ରମାଣପତ୍ର ପାଇଁ ଆବେଦନ କରିପାରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ