Masthead

ଉଦ୍ଧାର କର, ରନ୍ଧା ଖାଦ୍ୟ ଦିଅ

ଜିଲ୍ଲାପାଳଙ୍କୁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ତଳିଆ ଅଞ୍ଚଳ ଜଳମଗ୍ନ । ଗାଁରୁ ସହର ପାଣି ଆଉ ପାଣି । ଅନେକ ପରିବାର ଜଳବନ୍ଦୀ ଅବସ୍ଥାରେ । ସ୍ଥିତି ଦେଖି ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି କରିଛନ୍ତି ଏସଆରସି । ଏସଆରସି କହିଛନ୍ତି, ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ଭଳି ସ୍ଥିତି ଉପୁଜୁଛି । ଗାଁ ଗଣ୍ଡା ପାଣିଘେରରେ ରହିଛି । ଏଭଳି ସ୍ଥିତିରେ ଉଦ୍ଧାର କାର୍ଯ୍ୟର ଆବଶ୍ୟକତା ରହିଛି ।

ଏହାସହ ରିଲିଫ କୋଡ୍ ଅନୁଯାୟୀ, ବିପନ୍ନଙ୍କ ପାଖରେ ରନ୍ଧାଖାଦ୍ୟ ଓ ଶୁଖିଲା ଖାଦ୍ୟ ପହଞ୍ଚାଇବାକୁ ହେବ । ଏତଦ୍ ବ୍ୟତୀତ ବର୍ଷା ଯୋଗୁଁ କେଉଁଠି ରାସ୍ତାଘାଟ କ୍ଷତିଗ୍ରସ୍ତ ହୋଇଥିଲେ, ତୁରନ୍ତ ଏହାର ମରାମତି କରାଯିବା ଦରକାର ବୋଲି ଜିଲ୍ଲାପାଳମାନଙ୍କୁ ଏସଆରସି ପି.କେ ଜେନା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ