Masthead

ଆଜିଠୁ ଯୁକ୍ତ ୨ ନାମଲେଖା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ୨ ନାମ ଲେଖା । ଯୁକ୍ତ ୨ ରେ ନାମ ଲେଖିବା ପାଇଁ ସୋମବାର ପ୍ରଥମ ପର୍ଯ୍ୟାୟ ମେରିଟ ଲିଷ୍ଟ ପ୍ରକାଶ ପାଇଛି । ଓଡ଼ିଶାରେ ମୋଟ ୪ ଲକ୍ଷ ୩୫ ହଜାର ୯୨ ଜଣ ଛାତଛାତ୍ରୀ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୮୬ ହଜାର ୪୬୪ ଜଣ ପ୍ରଥମ କଟ ଅଫରେ ମନୋନୀତ ହୋଇଛନ୍ତି । କଳାରେ ପ୍ରଥମ କଟ ଅଫରେ ୨ ଲକ୍ଷ ୪୭ ହଜାର ୯୦୬ ଏବଂ ବିଜ୍ଞାନରେ ୧ ଲକ୍ଷ ୭୩୪ ଓ ବାଣିଜ୍ୟରେ ୨୪ ହଜାର ୫୬୦ ଜଣ ମନୋନୀତ ହୋଇଛନ୍ତି । ସେହିପରି ସଂସ୍କୃତରେ ୭ ହଜାର ୫୯୨ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୬୬୯ ଜଣ ମନୋନୀତ ହୋଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ମେରିଟ ଲିଷ୍ଟରେ ରେଭେନ୍ସା ଜୁନିୟର କଲେଜ ତିନୋଟି ବିଭାଗରେ ଆଗୁଆ ରହିଛି । ପ୍ରଥମ ପର୍ଯ୍ୟାୟରେ ମନୋନୀତ ହୋଇଥିବା ଛାତ୍ରଛାତ୍ରୀ ୧୪ରୁ ୨୧ ତାରିଖ ସନ୍ଧ୍ୟା ୬ଟା ମଧ୍ୟରେ ନାମ ଲେଖାଇବେ । ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ମେରିଟ ଲିଷ୍ଟ ୨୭ ତାରିଖରେ ପ୍ରକାଶ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ