Masthead

ଆଜିଠୁ ଯୁକ୍ତ ୨ ନାମଲେଖା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଯୁକ୍ତ୨ ନାମ ଲେଖା । ଯୁକ୍ତ ୨ ରେ ନାମ ଲେଖିବା ପାଇଁ ସୋମବାର ପ୍ରଥମ ପର୍ଯ୍ୟାୟ ମେରିଟ ଲିଷ୍ଟ ପ୍ରକାଶ ପାଇଛି । ଓଡ଼ିଶାରେ ମୋଟ ୪ ଲକ୍ଷ ୩୫ ହଜାର ୯୨ ଜଣ ଛାତଛାତ୍ରୀ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୮୬ ହଜାର ୪୬୪ ଜଣ ପ୍ରଥମ କଟ ଅଫରେ ମନୋନୀତ ହୋଇଛନ୍ତି । କଳାରେ ପ୍ରଥମ କଟ ଅଫରେ ୨ ଲକ୍ଷ ୪୭ ହଜାର ୯୦୬ ଏବଂ ବିଜ୍ଞାନରେ ୧ ଲକ୍ଷ ୭୩୪ ଓ ବାଣିଜ୍ୟରେ ୨୪ ହଜାର ୫୬୦ ଜଣ ମନୋନୀତ ହୋଇଛନ୍ତି । ସେହିପରି ସଂସ୍କୃତରେ ୭ ହଜାର ୫୯୨ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୬୬୯ ଜଣ ମନୋନୀତ ହୋଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ମେରିଟ ଲିଷ୍ଟରେ ରେଭେନ୍ସା ଜୁନିୟର କଲେଜ ତିନୋଟି ବିଭାଗରେ ଆଗୁଆ ରହିଛି । ପ୍ରଥମ ପର୍ଯ୍ୟାୟରେ ମନୋନୀତ ହୋଇଥିବା ଛାତ୍ରଛାତ୍ରୀ ୧୪ରୁ ୨୧ ତାରିଖ ସନ୍ଧ୍ୟା ୬ଟା ମଧ୍ୟରେ ନାମ ଲେଖାଇବେ । ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ମେରିଟ ଲିଷ୍ଟ ୨୭ ତାରିଖରେ ପ୍ରକାଶ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ