Masthead

ପ୍ରବଳ ବର୍ଷାକୁ ନେଇ ସତର୍କ ଜାରି କଲେ SRC

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) :  ରାଜ୍ୟର ପ୍ରାୟ ଦଶଟି ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି ।ସୂଚନା ଅନୁସାରେ କେବଳ ନବରଙ୍ଗପୁର ଜିଲ୍ଲାକୁ ଛାଡି ଦେଲେ ଆଉ ସବୁ ଜିଲ୍ଲାରେ ଅଧିକ ବର୍ଷା ହୋଇଛି । ତେବେ ପୁରୀ ଜିଲ୍ଲାର ଅସ୍ତରଙ୍ଗ ଓ କାକଟପୁରରେ ୫୦୦ ମିଲିମିଟର ବର୍ଷା ହୋଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କରିଛନ୍ତି SRC ପ୍ରଦୀପ ଜେନା । ଯେଉଁଠି ପାଣି ଜମିଛି ସେଠି ଚାଷ କ୍ଷୟକ୍ଷତି ଉପରେ ନଜର ରଖି ରିପୋର୍ଟ ଦେବାକୁ କୃଷି ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି SRC ।

ସେପଟେ ଉପରମୁଣ୍ଡରେ ଅଧିକ ବର୍ଷା ପାଇଁ ଆଜି ପର୍ଯ୍ୟାକ୍ରମେ ହୀରାକୁଦର ୬ ଟି ଗେଟ ଖୋଲିବାକୁ ନିଷ୍ପତି ନିଆଯାଇଛି । ତେବେ ଗେଟ ଖୋଲିବା ପରେ ମହାନଦୀରେ କୌଣସି ବନ୍ୟା ଆଶଙ୍କା ନାହିଁ ବୋଲି ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧୀରେନ ସାମଲ କହିଛନ୍ତି । ତେବେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ଷାର ପ୍ରଭାବ ଏବେ ବି ସକ୍ରିୟ ରହିଛି । ଗତ ୬ ଘଣ୍ଟାରେ ଏହା ଘଣ୍ଟା ପ୍ରତି ୨୧ କି.ମି ବେଗରେ ଗତି କରୁଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି