Masthead

ଯୁକ୍ତ୨ ପରୀକ୍ଷା କେନ୍ଦ୍ରରେ ଲାଗିବ ସିସିଟିଭି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଯୁକ୍ତ୨ ଅଫଲାଇନ ପରୀକ୍ଷା ଅକ୍ଟୋବର ୧ରୁ ଆରମ୍ଭ ହେବ । ସମସ୍ତ ପରୀକ୍ଷା କେନ୍ଦ୍ରରେ ଲାଗିବ ସିସିଟିଭି । ତେବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ ସ୍ବତନ୍ତ୍ର ପରୀକ୍ଷା ଅକ୍ଟୋବର ୧ରୁ ୧୧ ମଧ୍ୟରେ ଅନୁଷ୍ଠିତ ହେବ। ଅକ୍ଟୋବର ୨ ଓ ୬ ତାରିଖ ବ୍ୟତୀତ ଅନ୍ୟ ସମସ୍ତ ଦିନ ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହେବ। ଏମିତିକି ରବିବାର ମଧ୍ୟ ପରୀକ୍ଷା କରାଯିବ। ୪ ଦିନ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକର ପରୀକ୍ଷା ହେବ।

ସମସ୍ତ ବିଷୟରେ ପରୀକ୍ଷା କରାଯିବ ନାହିଁ। ଉକ୍ତ ବିଷୟ ପରୀକ୍ଷାରେ ପରୀକ୍ଷାର୍ଥୀ ଯେଉଁ ମାର୍କ ରଖିବେ ତାହା ଆଧାରରେ ଅନ୍ୟ ବିଷୟଗୁଡ଼ିକରେ ମାର୍କ ପ୍ରଦାନ କରାଯିବ। ସେପ୍ଟେମ୍ବର ୨୨ରୁ ୨୯ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ ବୋଲି ପରିଷଦ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ