Masthead

ଶପଥ ନେଲେ ୨୪ ଜଣ ନୂତନ ମନ୍ତ୍ରୀ

ଗାନ୍ଧୀନଗର(ବଡ଼ ଖବର ବ୍ୟୁରୋ): ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ପରେ ଆଜି ନୂତନ ମନ୍ତ୍ରିମଣ୍ଡଳର ଘୋଷଣା କରାଯାଇଛି । ଭୂପେନ୍ଦ୍ର ପଟେଲଙ୍କ କ୍ୟାବିନେଟ ଟିମରେ ୨୪ ଜଣ ନୂଆ ମନ୍ତ୍ରୀଙ୍କୁ ସାମିଲ କରାଯାଇଛି । ୨୪ ଜଣ ମନ୍ତ୍ରୀଭାବେ ଆଜି ଶପଥ ନେଇଛନ୍ତି । ଯେଉଁଥିରେ ୯ ଜଣ କ୍ୟାବିନେଟ ମନ୍ତ୍ରୀ ଥିବା ବେଳେ ୧୫ ଜଣ ରାଜ୍ୟ ମନ୍ତ୍ରୀ ଶପଥ ରହିଥିବାର ସୂଚନା ମିଳିଛି । ଅପରପକ୍ଷରେ ଗୁଜରାଟ ବିଧାନସଭାର ବାଚସ୍ପତି ରାଜେନ୍ଦ୍ର ତ୍ରିବେଦୀ ମଧ୍ୟ ଇସ୍ତଫା ଦେଇଛନ୍ତି ଏବଂ ତାଙ୍କ ନୂତନ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇଛି । ତାଙ୍କ ସ୍ଥାନରେ ନିମା ଆଚାର୍ଯ୍ୟଙ୍କୁ ନୂଆ ବାଚସ୍ପତି ଭାବେ ନିଯୁକ୍ତ କରାଯାଇଛି ।

ସବୁଠାରୁ ରୋଚକ କଥାଟି ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମନ୍ତ୍ରିମଣ୍ଡଳରେ ଥିବା ମନ୍ତ୍ରୀମାନଙ୍କୁ ଏଥିରେ ସାମିଲ କରାଯାଇ ନାହିଁ । ନୂଆ ମନ୍ତ୍ରୀମଣ୍ଡଳରେ କୌଣସି ପୁରୁଣା ମନ୍ତ୍ରୀଙ୍କୁ ସାମିଲ କରାଯାଇ ନାହିଁ । ଏପରିକି ପୁରୁଣା ମନ୍ତ୍ରୀମଣ୍ଡଳରେ ଥିବା ଉପମୁଖ୍ୟମନ୍ତ୍ରୀ ନୀତିନ ପଟେଲଙ୍କୁ ମଧ୍ୟ ମନ୍ତ୍ରୀମଣ୍ଡଳରେ ସ୍ଥାନ ଦିଆଯାଇ ନାହିଁ । ମନ୍ତ୍ରିମଣ୍ଡଳରେ ମନୀଷା ୱକିଲ, ନିମିଶା ବେନ ଏବଂ କିର୍ତ୍ତୀ ବାଘେଲା ପ୍ରମଖ ୩ ଜଣ ମହିଳା ସାମିଲ ହୋଇଛନ୍ତି । ଏବଂ ସେମାନଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା