Masthead

୭୧ ବର୍ଷରେ ପାଦ ଥାପିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ୭୧ ବର୍ଷ ବୟସରେ ପାଦ ଥାପିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ଭାରତୀୟ ଜନତା ପାର୍ଟି ପକ୍ଷରୁ ୨୦ ଦିନର ସେବା ଓ ସମର୍ପଣ କାର୍ଯ୍ୟକ୍ରମ ଆରମ୍ଭ କରିଛି । କେବଳ ଏତିକି ନୁହେଁ ବରଂ ଆଜି ଏହି ଅବସରରେ ସାରା ଦେଶରେ ୧.୫ କୋଟି ଟୀକାକରଣର ଲକ୍ଷ୍ୟ ରଖାଯାଇଛି । ଆହୁରି ମଧ୍ୟ ଅନେକ ସ୍ଥାନରେ ରକ୍ତଦାନ ଶିବିର ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଥିବାର ସୂଚନା ମିଳିଛି । ଅପରପକ୍ଷରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ଏକ ସ୍ୱତନ୍ତ୍ର ଟୀକାକରଣ ଅଭିଯାନ ଚଳାଇବାକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିର୍ଦ୍ଦେଶ ଦେଇଛନ୍ତି ।

ଏନେଇ ପାଟନାରେ ଥିବା କଙ୍କାରବାଗ ଟୀକାକରଣ କେନ୍ଦ୍ରରେ ୩୦ ଲକ୍ଷ ଟିକା ଦିଆଯିବାର ଲକ୍ଷ ରଖାଯାଇଛି । ସେହିପରି ଆସାମରେ ମଧ୍ୟ ଏହି ଅବସରରେ ୬ ଲକ୍ଷ ଲୋକଙ୍କୁ ଟିକା ଦେବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏହା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ ଅବସରରେ ୧୭ ସେପ୍ଟେମ୍ବର ୨୦୨୧ ରେ ନାମୋ ଆପରେ ତାଙ୍କ ଜୀବନ ଉପରେ ଆଧାରିତ ଏକ ଭର୍ଚ୍ଚୁଆଲ ପ୍ରଦର୍ଶନୀ ଆୟୋଜିତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା