Masthead

୭୧ ବର୍ଷରେ ପାଦ ଥାପିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ୭୧ ବର୍ଷ ବୟସରେ ପାଦ ଥାପିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ଭାରତୀୟ ଜନତା ପାର୍ଟି ପକ୍ଷରୁ ୨୦ ଦିନର ସେବା ଓ ସମର୍ପଣ କାର୍ଯ୍ୟକ୍ରମ ଆରମ୍ଭ କରିଛି । କେବଳ ଏତିକି ନୁହେଁ ବରଂ ଆଜି ଏହି ଅବସରରେ ସାରା ଦେଶରେ ୧.୫ କୋଟି ଟୀକାକରଣର ଲକ୍ଷ୍ୟ ରଖାଯାଇଛି । ଆହୁରି ମଧ୍ୟ ଅନେକ ସ୍ଥାନରେ ରକ୍ତଦାନ ଶିବିର ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଥିବାର ସୂଚନା ମିଳିଛି । ଅପରପକ୍ଷରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ଏକ ସ୍ୱତନ୍ତ୍ର ଟୀକାକରଣ ଅଭିଯାନ ଚଳାଇବାକୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିର୍ଦ୍ଦେଶ ଦେଇଛନ୍ତି ।

ଏନେଇ ପାଟନାରେ ଥିବା କଙ୍କାରବାଗ ଟୀକାକରଣ କେନ୍ଦ୍ରରେ ୩୦ ଲକ୍ଷ ଟିକା ଦିଆଯିବାର ଲକ୍ଷ ରଖାଯାଇଛି । ସେହିପରି ଆସାମରେ ମଧ୍ୟ ଏହି ଅବସରରେ ୬ ଲକ୍ଷ ଲୋକଙ୍କୁ ଟିକା ଦେବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଏହା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ ଅବସରରେ ୧୭ ସେପ୍ଟେମ୍ବର ୨୦୨୧ ରେ ନାମୋ ଆପରେ ତାଙ୍କ ଜୀବନ ଉପରେ ଆଧାରିତ ଏକ ଭର୍ଚ୍ଚୁଆଲ ପ୍ରଦର୍ଶନୀ ଆୟୋଜିତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ