Masthead

୧୮ରେ ପୁଣି ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଥିବା ଦେଖିବାକୁ ମିଳୁଛି। ଅନ୍ୟପଟେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ମାଆଁମାର ଉପକୂଳ ଉପରେ ଏବେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିମି ଉଚ୍ଚତାରେ ରହିଛି। ଏହା ଧୀରେଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୧୮ ରେ ଉତ୍ତର ଓଡ଼ିଶା ତଥା ପଶ୍ଚିମବଙ୍ଗ ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ।

ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ୧୮ ତାରିଖ ଦିନ ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିିଛି । ଯାହାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ନେଇ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ