Masthead

ନଦୀ ସୁଅରେ ଭାସି ଦୁଇ ଭାଇ ମୃତ

ପିପିଲି(ବଡ଼ ଖବର ବ୍ୟୁରୋ):   ଗାଧୋଇବା ପାଇଁ ଯାଇଥିବା ବେଳେ ନଦୀ ସୁଅରେ ଭାସିଗଲେ ୨ ଭାଇ । ପୁରୀ ଡେଲାଙ୍ଗ ବ୍ଲକ୍ ଧାନକେରା ପଞ୍ଚାୟତର ନାଗଣ ଗାଁରେ ଘଟିଛି ଏଭଳି ଦୁଃଖଦ ଘଟଣା । ଗାଁର ଦୁଇ ନାବାଳକ ଭାଇ ସକାଳୁ ସକାଳୁ ନଦୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ପ୍ରବଳ ବନ୍ୟା ପାଣିରେ ଗୋଡ ଖସିଯାଇଥିଲା । ଫଳରେ ଦୁଇଜଣ ନଦୀ ସୁଅରେ ଭାସି ଯାଇଥିଲେ । ଦୁହିଁଙ୍କୁ ତୁରନ୍ତ ଉଦ୍ଧାର ପରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ପରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକଙ୍କ ମଧ୍ୟରୁ ଜଣଙ୍କ ବୟସ ୭ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ୩ ବର୍ଷ ବୋଲି ଜଣାପଡିଛି ।

ସୂଚନା ଅନୁସାରେ ନାଗଣ ଗାଁର ସଦାଶିବ ପ୍ରଧାନଙ୍କ ଦୁଇ ପୁଅ ସତ୍ୟଜିତ ଓ ଶୁଭଜିତ । ସବୁଦିନ ପରି ଆଜି ମଧ୍ୟ ଉଭୟ ଲୁଣା ନଦୀକୁ ଗାଧୋଇବା ପାଇଁ ଯାଇଥିଲେ । ହେଲେ ପ୍ରବଳ ବନ୍ୟା ପାଣି ଯୋଗୁଁ ସେମାନଙ୍କ ଗୋଡ ସୁଅରେ ଖସି ଯାଇଥିଲା । ତୁରନ୍ତ ଉଦ୍ଧାର ପରେ ଉଭୟଙ୍କୁ ପ୍ରଥମେ ଡେଲଙ୍ଗା ହସ୍ପିଟାଲକୁ ନିଆଯାଇଥିଲା । ପରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ତାନାନ୍ତର କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ