Masthead

ବଢିଲା ସୋନୁ ସୁଦଙ୍କ ଅଡୁଆ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବଢୁଛି ବଲିଉଡ ଅଭିନେତା ସୋନୁ ସୁଦଙ୍କ ଅଡୁଆ । ଆଜି ପୁଣି ସୋନୁଙ୍କ ଘରେ ପହଞ୍ଚିଛନ୍ତି ଆୟକର ବିଭାଗ । ଲଗାତାର ୩ ଦିନ ହେବ ସୋନୁଙ୍କୁ ଆଇଟି ଟିମ ଜେରା କରୁଛି । ଏ ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା । ସୋନୁ ସୁଦଙ୍କ ଆୟ ଓ ଖର୍ଚ୍ଚ ସମ୍ବନ୍ଧରେ ପଚରାଉଚରା କରୁଛି ଆଇଟି ବିଭାଗ ।

ସୂଚନା ଅନୁସାରେ ଆଇଟି ସୋନୁ ସୁଦ ଚ୍ୟାରିଟି ଫାଉଣ୍ଡେସନର ଆକାଉଣ୍ଟ ମଧ୍ୟ ଯାଞ୍ଚ କରିପାରନ୍ତି । ଏହାପୂର୍ବରୁ ବୁଧବାର ଓ ଗୁରୁବାର ମଧ୍ୟ ସୋନୁଙ୍କ ଅଫିସ ଓ ଘରେ ସର୍ଭେ କରିଥିଲା ଆଇଟି ଟିମ । ଖାଲି ଏତିକି ନୁହେଁ ସୋନୁଙ୍କ ମୁମ୍ବାଇସ୍ଥିତ ଘର ସହ ଅନ୍ୟ ୫ଟି ଘର ଓ କାର୍ଯ୍ୟାଳୟରେ ପହଞ୍ଚି ତନାଘନା କରିଥିଲା ଆଇଟି ଟିମ ।

ତେବେ ସୋନୁଙ୍କ ଘରେ ଆୟକର ବିଭାଗ ସର୍ଭେ କରିଥିବା ବେଳେ ଏହାକୁ ନେଇ ନିଜ ପ୍ରତିକ୍ରିୟା ରଖିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । କେଜ୍ରିୱାଲ ସୋନୁଙ୍କୁ ସମର୍ଥନ କରି କହିଛନ୍ତି ଯେ, ସତ୍ୟପଥରେ ଚାଲିବାକୁ ହେଲେ ଅନେକ ବାଧା ଓ ଅସୁବିଧାର ସମ୍ମୁଖିନ କରିବାକୁ ପଡେ। ହେଲେ ଶେଷରେ ସର୍ବଦା ସତ୍ୟର ହିଁ ଜୟ ହୋଇଥାଏ । ସେ ଆହୁରି କହିଛନ୍ତି ଯେ, ସୋନୁଙ୍କ ସାଥିରେ ଭାରତର ଲକ୍ଷ ଲକ୍ଷ ଗରିବ ପରିବାରଲୋକଙ୍କ ଆଶୀର୍ବାଦ ରହିଛି । ଯେଉଁମାନଙ୍କ କଠିନ ସମୟରେ ସୋନୁ ତାଙ୍କ ସହିତ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ