Masthead

ଫୁଲୁଛି ବୈତରଣୀ

ଆରଡ଼ି(ବଡ଼ ଖବର ବ୍ୟୁରୋ): ବୈତରଣୀନଦୀରେ ତଳମୁଣ୍ଡରେ ବନ୍ୟାପାଣି ଅପରିବର୍ତ୍ତିତ ରହିଛି। ଆଗକୁ ପୂର୍ଣ୍ଣିମା ତିଥି ଥିବାରୁ ଜୁଆର ସମୟରେ ବଢିବାରେ ଲାଗିଛି ବୈତରଣୀନଦୀର ଜଳସ୍ତର। ଭଦ୍ରକ ଜିଲାର ସୀମାନ୍ତବର୍ତ୍ତୀ ଅଞ୍ଚଳ ଆରଡି, ଓଳଗ, ସୁନ୍ଦରପୁର , ନାନ୍ଦପୁର ୪ଟି ପଞ୍ଚାୟତର ୨୦ଗୋଟି ଗାଁ ଏବେ ବନ୍ୟାଘେରରେ। ୧୩ଟି ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି।

ଏହି ଅଞ୍ଚଳ ଦେଇ ପ୍ରବାହିତ ବୈତରଣୀ ନଦୀ କୂଳଲଂଘି ଆଖଣ୍ଡଳମଣିକୁ ଆଖିଆ ୨୦ନଂ ଜାତୀୟ ରାଜପଥ ବୋଡକ ନିକଟରେ ବନ୍ୟାପାଣି ପ୍ରବାହିତ ହେବାରେ ଲାଗିଛି। ସେହିପରି ଆଖଣ୍ଡଳମଣି ଚାନ୍ଦବାଲି ଓ ତିହିଡି ରାସ୍ତାର ଆରଡି ନିକଟରେ ୩ଫୁଟ ଉଚ୍ଚରେ ବନ୍ୟାପାଣି ଚାଲୁଥିବାରୁ ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି। ଗାଁରେ ବନ୍ୟାପାଣି ପ୍ରବେଶ କରିବାରୁ ଜଳବନ୍ଦୀ ହୋଇ ରହିଛନ୍ତି ଲୋକମାନେ ।

ବସବାସ କରୁଥିବା ଲୋକମାନେ ଅଣ୍ଟାଏ ପାଣିରେ ପଶି ଯାତାୟତ କରୁଛନ୍ତି। ଅନେକସ୍ଥାନରେ ନଳକୂପ ବୁଡିଯାଇଥିବାରୁ ପିଇବାପାଣିର ସମସ୍ୟା ଦେଖାଦେଇଛି। ସେହିପରି ଶହଶହ ଏକର ଚାଷଜମିରେ ଲହଡି ଭାଙ୍ଗୁଛି ପାଣି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା