Masthead

ଫୁଲୁଛି ମହାନଦୀ, ତଳିଆ ଅଞ୍ଚଳକୁ ଭୟ

କଟକ(ବଡ଼ ଖବର ବ୍ୟୁରୋ): ଫୁଲିବାରେ ଲାଗିଛି ମହାନଦୀ। ଗତ ରାତିରୁ ବନ୍ୟାଜଳ କଟକ ମୁଣ୍ଡୁଳି ଦେଇ ପ୍ରବାହିତ ହେଉଛି । ତେଣୁ ମହାନଦୀ ଓ ଏହାର ଶାଖା ନଦୀ ଯାଇଥିବା ୪ଟି ଜିଲ୍ଲା କଟକ, ପୁରୀ, କେନ୍ଦ୍ରାପଡା ଓ ଜଗତସିଂହପୁରର ତଳିଆ ଅଂଚଳରେ ପାଣି ପଶିବା ଆଶଙ୍କା ରହିଛି । ଏହାର ମୁକାବିଲା ପାଇଁ ପ୍ରଶାସନ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି । ବନ୍ୟା ଆଶଙ୍କା ଥିବା ଅଂଚଳରେ ଓଡ୍ରାଫ, ଅଗ୍ନିଶମ ବାହିନୀ ନିୟୋଜିତ ହୋଇଛନ୍ତି ।

ସରକାରଙ୍କ ପକ୍ଷରୁ ବାରମ୍ବାର କୁହାଯାଉଛି ମହାନଦୀରେ ବଡ ବନ୍ୟା ହେବାର ସମ୍ଭାବନା ନାହିଁ । ତେବେ ତଳିଆ ଅଂଚଳରେ ଥିବା କେନ୍ଦ୍ରାପଡାର ମହାକାଳପଡା, ଗରଦପୁର, ଡେରାବିଶ୍, ମାର୍ଶାଘାଇ ଓ କେନ୍ଦ୍ରାପଡା ବ୍ଲକର ତଳିଆ ଅଂଚଳ ପ୍ରଭାବିତ ହେବାର ଆଶଙ୍କା ରହିଛି । କଟକର ଆଠଗଡ, ବାଙ୍କି, ସାଲେପୁର, କିଶନଗର ଓ ନିଆଳି ବ୍ଲକର ବିଭିନ୍ନ ତଳିଆ ଅଂଚଳକୁ ବନ୍ୟା ପାଣି ପଶିଯିବା ଭୟ ରହିଛି । ଜଗତସିଂହପୁରର ରଘୁନାଥପୁର, ତିର୍ତୋଲ, ଧୋୟା ଅଂଚଳକୁ ଭୟ ରହିଛି । ସେହିପରି ପୁରୀ ଜିଲ୍ଲାର କଣାସ, ସତ୍ୟବାଦୀ, କାକଟପୁର, ନିମାପଡ଼ା ଓ ପିପିଲି ବ୍ଲକର ତଳିଆ ଅଂଚଳରେ ପାଣି ପଶିବାର ଆଶଙ୍କା ସୃଷ୍ଟି ହୋଇଛି ।

ସେପଟେ ଛତିଶଗଡରେ ବର୍ଷା କମିବା ଯୋଗୁଁ କଲମା ବ୍ୟାରେଜରୁ ମହାନଦୀକୁ ଜଳ ନିଷ୍କାସନ ପରିମାଣ କମି ଯାଇଛି । ଫଳରେ ହୀରାକୁଦ ଜଳଭଣ୍ଡାରକୁ ଉପର ମୁଣ୍ଡରୁ କମ୍ ପାଣି ଆସୁଛି । ହୀରାକୁଦର ଅଧିକ ଗେଟ୍ ଖୋଲିବା ସମ୍ଭାବନା ନାହିଁ । ତେଣୁ ମହାନଦୀରେ ଏହି ନିମ୍ନ ମଧ୍ୟମ ଧରଣର ବନ୍ୟା ବିଶେଷ କ୍ଷୟକ୍ଷତି କରିବ ନାହିଁ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍ 🔴 ସରଣ୍ଡା ଜଙ୍ଗଲରୁ ମିଳିଲା ଆଉ ୭୦୦ କେଜି ବିସ୍ଫୋରକ 🔴 ୧୮ ବର୍ଷ ଅପେକ୍ଷାର ଅନ୍ତ, ଆଇପିଏଲ ମୁକୁଟ ପିନ୍ଧିଲା ଆରସିବି 🔴 ଭୁଲ ଇଞ୍ଜେକସନ ନେଲା ୫ ଜୀବନ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍ 🔴 ସରଣ୍ଡା ଜଙ୍ଗଲରୁ ମିଳିଲା ଆଉ ୭୦୦ କେଜି ବିସ୍ଫୋରକ 🔴 ୧୮ ବର୍ଷ ଅପେକ୍ଷାର ଅନ୍ତ, ଆଇପିଏଲ ମୁକୁଟ ପିନ୍ଧିଲା ଆରସିବି 🔴 ଭୁଲ ଇଞ୍ଜେକସନ ନେଲା ୫ ଜୀବନ 🔴 ବାଂଲାଦେଶ ନୋଟରୁ ହଟିଲା ଶେଖ୍ ମୁଜିବୁରଙ୍କ ଫଟୋ 🔴 କମଲ ହାସନଙ୍କ ‘ଠଗ୍ ଲାଇଫ’ ବିବାଦ 🔴 ଜମ୍ମୁକାଶ୍ମୀରର ଚେନାବ ରେଳ ସେତୁ, କ’ଣ ରହିଛି ଏଠି… 🔴 ଝଲସି ଉଠିଲା ଅଯୋଧ୍ୟା ରାମ ମନ୍ଦିରର ଶିଖର 🔴 କିଏ ଜିତିବ ଆଇପିଏଲ ଫାଇନାଲ ମ୍ୟାଚ