Masthead

ବନ୍ୟା ଆଶଙ୍କାକୁ ଘୂର୍ଣ୍ଣିବଳୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବନ୍ୟା ଆଶଙ୍କା ଭିତରେ ଚିନ୍ତା ବଢାଉଛି ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣି ବଳୟ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର ଉପକୂଳ ଉପରେ ରହିଥିବା‌ ଘୂର୍ଣ୍ଣିବଳୟ ଏବେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୫.୮ କିମି ପର୍ୟ୍ୟନ୍ତ ପରିବ୍ୟାପ୍ତ ହୋଇଛି ।

ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଶନିବାର ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳସ୍ଥ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର କୌଣସି ସମ୍ଭାବନା ନାହିଁ । ଏଣୁ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । କିନ୍ତୁ ରାଜ୍ୟର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ । ଆଜି ଉତ୍ତର ଓଡ଼ିଶାର କିଛି କିଛି ଅଞ୍ଚଳ‌ରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଏଥି ସହ ୧୯ ତାରିଖ ଦିନ ଉପକୂଳ ଓଡ଼ିଶା ସମେତ ରାଜ୍ୟର ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିଭଳି ୨୦ ତାରିଖ ଦିନ ସୁନ୍ଦରଗଡ଼, ବଲାଙ୍ଗୀର, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୋନପୁର ଆଦିି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଶନିବାର ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।

ଫଳରେ ରାଜ୍ୟରେ ବର୍ଷା ବଢ଼ିବା ଆରମ୍ଭ କରିବ । ବିଶେଷ କରି ଉତ୍ତର ଉପକୂଳରେ ବର୍ଷା ପରିମାଣ ଅଧିକ ରହିବ । ୧୯ ଓ ୨୦ ତାରିଖ‌ରେ ଦକ୍ଷିଣ-ପଶ୍ଚିମ ଓଡ଼ିଶାକୁ ଛାଡ଼ିଲେ ସାରା ରାଜ୍ୟରେ ବର୍ଷା ହେବ। ଏଥିସହ ୧୯ ତାରିଖ ଆଡ଼କୁ ମୌସୁମୀ ଟ୍ରଫ୍‌ ସହ ଏହି ଲଘୁଚାପ କ୍ଷେତ୍ର ମିଶିଯିବ; ତେବେ ଏହା ଅଧିକ ଘନୀଭୂତ ହେବ ନାହିଁ । ଫଳରେ ରାଜ୍ୟରେ ୧୯ରୁ ୨୩ ତାରିଖ ପର୍ୟ୍ୟନ୍ତ ମଧ୍ୟମ ଧରଣର ବର୍ଷା ହେବ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ