Masthead

୨୪ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୨୪ ଯାଏଁ ଲଗାତର ବର୍ଷା । ବର୍ଷାର ବିସ୍ତୃତି ବଢ଼ିବ। ଶନିବାର ଦିନ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ରବିବାର ଓଡ଼ିଶା ଉପକୂଳ ଛୁଇଁବ। ଏହା ପ୍ରଭାବରେ ରବିବାର ଉତ୍ତରଓଡ଼ିଶା ଓ ସୋମବାର ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ବର୍ଷା ହେବ। ୧୯ରୁ ୨୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଏଥିସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ଗତକାଲି ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି। ଏହା ଦକ୍ଷିଣ-ପଶ୍ଚିମ ଆଡ଼କୁ ଢ଼ଳି ରହିଥିବା ବେଳେ ଆସନ୍ତା ୧୨ଘଣ୍ଟାରେ ଓଡ଼ିଶା ଉପକୂଳ ସ୍ପର୍ଶ କରିବ। ଫଳରେ ରାଜ୍ୟରେ ବର୍ଷା ବଢ଼ିବ।

ସୂଚନା ମୁତାବକ ଆଜି ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ