Masthead

ସୁଖଜିନ୍ଦର ସିଂହ ରନ୍ଧାୱା ହେବେ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ !

ଚଣ୍ଡିଗଡ(ବଡ଼ ଖବର ବ୍ୟୁରୋ): ଅନେକ କଳ୍ପନା ଜଳ୍ପନା ପରେ ଶେଷରେ ବାଜି ମାରିନେଲେ ସୁଖଜିନ୍ଦର ସିଂହ ରନ୍ଧୱା । ତେବେ ସେ ପଞ୍ଜାବର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି । ବିଧାୟକ ଦଳର ବୈଠକ ପରେ ଦଳ ତାଙ୍କ ନାଁରେ ମୋହର ମାରିଛି ।

ଅନୁମୋଦନ ପାଇଁ ତାଙ୍କ ନାଁକୁ ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଯାଇଛି । ତେବେ କିଏ ହେବ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ସୋନିଆଙ୍କ ଅନୁମୋଦନ ପରେ ସ୍ପଷ୍ଟ ହେବ ।

ସୂଚନା ଅନୁସାରେ ଅମରିନ୍ଦର ସିଂହଙ୍କ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ରହିସାରିଥିବା ସୁଖଜିନ୍ଦର ସିଂହ କେବେବି କୌଣସି ପଦ ପାଇଁ ତାଙ୍କର ଲାଳସା ନଥିଲା ବୋଲି ରବିବାର ସେ କହିଛନ୍ତି । ତେବେ ପଞ୍ଜାବର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପାଇଁ ତାଙ୍କ ନାଁ ଚର୍ଚ୍ଚା ହେଉଛି । ସୂଚନା ଅନୁଯାୟୀ, ଅମରିନ୍ଦର ସିଂହ ଶନିବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ