Masthead

ଆଜିଠୁ ଯୁକ୍ତ୩ ଦ୍ୱିତୀୟ ବର୍ଷ କ୍ଲାସରୁମ୍‌ ପାଠପଢ଼ା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣ ଧିରେ ଧିରେ କମିବାପରେ ଏବେ ଯୁକ୍ତ ୩ ଦ୍ବିତୀୟ ବର୍ଷର କ୍ଲାସ ରୁମ ପାଠପଢା ଆରମ୍ଭ ହେବ । ସୋମବାରଠୁ କ୍ଲାସ ରୁମରେ ପାଠପଢିବେ ଛାତ୍ରଛାତ୍ରୀ । କଟକଣା ମଧ୍ୟରେ ଚାଲିବ କ୍ଲାସ । ମାସ୍କ, ସାମାଜିକ ଦୂରତା ବା‌ଧ୍ୟତାମୂଳକ । କଣ୍ଟେନମେଣ୍ଟ ଜୋନ୍‌ ଭିତରେ ରହିଥିବା ଶିକ୍ଷକ, କର୍ମଚାରୀ ଓ ଛାତ୍ରଛାତ୍ରୀ ଶିକ୍ଷାନୁଷ୍ଠାନକୁ ଆସିବେ ନାହିଁ। ନିୟମିତ ବ୍ୟବଧାନରେ କ୍ଲାସରୁମ୍‌, ଲାଇବ୍ରେରି, ଲାବରେଟୋରି ଆଦି ସ୍ଥାନରେ ସାମାଜିକ ଦୂରତା ଉପରେ ପ୍ରାଥମିକତା ଦିଆଯିବାକୁ କୁହାଯାଇଛି। କାଶିବା, ଛିଙ୍କିବା ସମୟରେ ମୁହଁ ଓ ନାକକୁ ରୁମାଲରେ ଘୋଡ଼ାଇବାକୁ ପରାମର୍ଶ ଦିଆଯାଇଛି। ଅସୁସ୍ଥତା ଅନୁଭବ କଲେ କର୍ତୃପକ୍ଷଙ୍କୁ ଜଣାଇବାକୁ କୁହାଯାଇଛି।

କୌଣସି ପ୍ରକାର ଜରୁରୀ ଆବଶ୍ୟକତା ପଇଁ କ୍ୟାମ୍ପସରେ ଆଇସୋଲେସନ ରୁମ୍‌ ପ୍ରସ୍ତୁତ ରଖିବାକୁ ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ସମସ୍ତ କଲେଜ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଲାସରୁମ୍‌ ପାଠପଢ଼ା ଆରମ୍ଭ ହେବା ପୂର୍ବରୁ ସମସ୍ତ ଶିକ୍ଷାନୁଷ୍ଠାନ ହଷ୍ଟେଲ ଯୁକ୍ତ୩ ଦ୍ବିତୀୟ ବର୍ଷ ପିଲାଙ୍କ ପାଇଁ ଖୋଲାଯାଇଛି। କୋଭିଡ୍‌-୧୯ କଟକଣା ମଧ୍ୟରେ ହଷ୍ଟେଲ ଚାଲୁ ରଖିବାକୁ ପରାମର୍ଶ ଦିଆଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା